mobile header

ଚାଲିଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୪।୦୩ : ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.