mobile header

ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁରେ ବୁଲିଲେ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଜମନକିରା ଥାନା କସଡ଼ା ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଆଠ ବର୍ଷର ଶିଶୁ କନ୍ୟାକୁ ହତ୍ୟା କରିଛି ଜଣେ ଦୁର୍ବୃତ୍ତ । କସଡ଼ା ଗ୍ରାମର ନବକିଶୋର ଧରୁଆଙ୍କ ଆଠ ବର୍ଷ ର ଝିଅ ପ୍ରଜାଲିନ ଘର ପାଖ ଚାଷ ଜମିକୁ ଶୌଚ ହେବାକୁ ଯାଇଥିଲା ।

ଏହି ସମୟରେ ଗ୍ରାମର ପ୍ରଶାନ୍ତ ବଗାର ଏକ ଟାଙ୍ଗିଆରେ ଶିଶୁକନ୍ୟାକୁ ହତ୍ୟା କରି କଟା ମୁଣ୍ଡକୁ ହାତରେ ଧରି ଗାଁ ଦାଣ୍ଡରେ ବୁଲିବା ସହ ଏକ ନଳକୂପ ନିକଟରେ ପକାଇ ଦେଇଥିଲା l ପ୍ରଜାଲିନର ପରିବାର ଲୋକେ ମହୁଲ ଗୋଟେଇ ଯାଇଥିବା ବେଳେ ଏଭଳି ଅଘଟଣ ଦେଖିବାକୁ ପାଇଥିଲେ ।

ଏନେଇ ଖବର ପାଇ ଜମନକିରା ପୋଲିସ ଘଟଣା ସ୍ଥଳରେ ପହଂଚି ଅଭିଯୁକ୍ତକୁ କାବୁ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି l ତେବେ ସେ କାହିଁକି ହତ୍ୟା କରିଛି ସେନେଇ ତଦନ୍ତ ପରେ ଜଣା ପଡିବ ବୋଲି କହିଛନ୍ତି ପୋଲିସ ଅଧିକାରୀ ।

Leave A Reply

Your email address will not be published.