mobile header

ପୌର ଲଢ଼େଇରେ ବିଜେଡିର ବାଜିମାତ୍

ପୌର ନିର୍ବାଚନରେ ବିପୁଳ ବିଜୟ ନେଇ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ନବୀନ କହିଛନ୍ତି ଯେ, ପୌର ନିର୍ବାଚନରେ ବିଜେଡିର ବିପୁଳ ବିଜୟ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ଅଗଣିତ କର୍ମୀଙ୍କ ସମର୍ପିତ ଉଦ୍ୟମ ବଳରେ ସମ୍ଭବ ହୋଇଛି । ୱାର୍ଡସ୍ତରରୁ ଲୋକଙ୍କ ଭଲପାଇବା ତୃଣମୂଳସ୍ତରରେ ବିଜେଡିର ଲୋକପ୍ରିୟତାକୁ ପ୍ରମାଣିତ କରୁଛି। ତେଣୁ ଆସନ୍ତୁ, ସମସ୍ତେ ରାଜ୍ୟର ବିକାଶଧାରାରେ ସାମିଲ ହୋଇ ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ଏକ ହୋଇ ଆଗକୁ ବଢିବା।

Leave A Reply

Your email address will not be published.