ପରଲୋକରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌

ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଥିଲେ । ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ। ପରେ ତାଙ୍କୁ ବୁର୍ଲାର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଦେହାନ୍ତରେ ଜିଲାରେ ଶୋକରଛାୟା ଖେଳିଯାଇଛି।

Leave A Reply

Your email address will not be published.