mobile header

ମାନସ ମୃତ୍ୟୁ ମାମଲା : ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଗିରଫ

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ । ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ଉଦ୍ୟମରେ ଶର୍ମିଷ୍ଠାଙ୍କୁ ଗିରଫ କରାଯାଇଛି । ଭଦ୍ରକର ନାଳଙ୍ଗ ଅଞ୍ଚଳରୁ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ଗିରଫ କରାଯାଇଛି ।

ଉଭୟ ଶର୍ମିଷ୍ଠା ଓ ଝୁନା ଭୋଇଙ୍କୁ ଚାନ୍ଦବାଲି ଜେଏମଏଫସି କୋର୍ଟରେ ହାଜର କରାଯିବ । ଉଭୟଙ୍କୁ ୧୦ ଦିନିଆ ରିମାଣ୍ଡରେ ଅଣାଯିବ ବୋଲି ସୂଚନା ମିଳିଛି । ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ଗିରଫ କରାଯିବା ପରେ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି । ପୂର୍ବରୁ ଏହି ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି । ସେହିଭଳି ଆଶ୍ରମର କେୟାରଟେକରଙ୍କୁ ମଧ୍ୟ ଅଟକ ରଖିଛି କ୍ରାଇମବ୍ରାଞ୍ଚ

Leave A Reply

Your email address will not be published.