mobile header

ଓଡ଼ିଶା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ମୋଦି

ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ମୋଦି। ସଙ୍ଗଠନ କିଭଳି ସୁଦୃଢ଼ ହେବ ସେ ନେଇ ଦେଲେ ମନ୍ତ୍ର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିଛନ୍ତି ଓଡ଼ିଶାର ବିଜେପି ସାଂସଦ। ଏହି ଅବସରରେ ସଂଗଠନ କେମିତି ସୁଦୃଢ ହେବ ସେନେଇ ଗୁରୁମନ୍ତ୍ର ଦେଇଥିଲେ ପ୍ରଧାନମନ୍ତ୍ରୀ।

ସାଂସଦମାନଙ୍କ ଭୂମିକା କିଭଳି ହେବା କଥା, ଲୋକଙ୍କ ସହ କିଭଳି ସମ୍ପର୍କ ରଖିବେ। ଏହାସହ କେନ୍ଦ୍ର ସରକାରଙ୍କ ‘ସବ୍‌କା ସାଥ ସବ୍‌କା ବିକାଶ’ ବାର୍ତ୍ତା କେମିତି ଲୋକଙ୍କ ପାଖରେ ପହଞ୍ଚାଇବେ ସେନେଇ ସାଂସଦ ମାନଙ୍କୁ କହିଥିଲେ ପ୍ରଧାନମନ୍ତ୍ରୀ।

ସାମାଜିକ ନ୍ୟାୟ କେମିତି ସମସ୍ତଙ୍କ ପାଖରେ ପହଞ୍ଚିବ, ସାଂସଦମାନେ କେମିତି ଲୋକପ୍ରିୟତା ପାଇବେ ସେନେଇ ଟିପ୍ସ ମଧ୍ୟ ଦେଇଥିଲେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ସାରା ଓଡ଼ିଶାର କଥା ଆଲୋଚନା ହୋଇଥିଲା।

ସେପଟେ ମୋଦିଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ଯେଉଁ ପ୍ରଶ୍ନ ପଚାରିଥିଲେ ତାହାର ଉତ୍ତର ଦେଇଥିଲୁ ବୋଲି କହିଛନ୍ତି ସାଂସଦ ବସନ୍ତ ପଣ୍ଡା। ତେବେ ବ୍ୟକ୍ତିଗତ ଓଡ଼ିଶା ବାବଦରେ ସେମିତି କିଛି ଆଲୋଚନା ହୋଇନାହିଁ ବୋଲି ମଧ୍ୟ ସେ କହିଛନ୍ତି।

ଏହି ଅବସରରେ କେବଳ ଓଡ଼ିଶା ନୁହେଁ ଦିଲ୍ଲୀ, ହରିୟାଣା, ଉତ୍ତରାଖଣ୍ଡର ସାଂସଦ ଓ ମନ୍ତ୍ରୀ ମାନେ ଉପସ୍ଥିତ ଥିଲେ। କେନ୍ଦ୍ରର ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା, ତୃଣମୂଳ ସ୍ଥରରେ ସଂଗଠନକୁ ସୁଦୃଢ କରିବା, ଲୋକଙ୍କ ସହ ମିଶି ବିଶ୍ୱାସଭାଜନ ହେବା ପାଇଁ ବିଜେପି ସାଂସଦମାନଙ୍କୁ ପରାମର୍ଶ ଦେଇଥିଲେ ପ୍ରଧାନମନ୍ତ୍ରୀ। ଆଜି ଏହି ୪ ରାଜ୍ୟର ବିଜେପି ସାଂସଦ ଓ ମନ୍ତ୍ରୀଙ୍କୁ ନିଜ ବାସଭବନକୁ ବ୍ରେକ୍‌ଫାଷ୍ଟ ପାଇଁ ନିମନ୍ତ୍ରଣ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Leave A Reply

Your email address will not be published.