mobile header

ଜିଲ୍ଲାପାଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଭାସୀ ବୈଠକ: ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଆଜି ରାଜ୍ୟର ୩୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ନିର୍ଭୁଲ ଭୋଟର ତାଲିକା ସଂପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ। କ୍ଷେତ୍ର ପରିଦର୍ଶନ କରି ବିଶେଷ କରି ଫଟୋ ସାଦୃଶ୍ୟ ଥିବା ଏକାଧିକ ଭୋଟର କିମ୍ବା ଦୋହରା ଭାବେ ଭୋଟର ତାଲିକାରେ ନାମ ଦରଜ ହେବା ପରି ଜଣାପଡ଼ୁଥିବା ଭୋଟରମାନଙ୍କୁ ସଠିକ୍ ଭାବେ ଯାଞ୍ଚ ସହ ଏକାଧିକ ନାମଗୁଡ଼ିକୁ ତାଲିକାରୁ ବାଦ୍ ଦେବା ଏବଂ ଭୋଟର ତାଲିକାରେ ନାମ ଥାଇ ଫଟୋ ନଥିବା କିମ୍ବା ଭୋଟର ତାଲିକାରେ ନାମ, ଠିକଣା ଇତ୍ୟାଦି ତ୍ରୁଟି ଥିଲେ କିମ୍ବା ଦୋହରା ଫଟୋ ପରିଚୟ ପତ୍ର ଥିବା ଭୋଟରମାନଙ୍କୁ ସଠିକ୍ ଭାବେ ଯାଞ୍ଚ କରି ସେମାନଙ୍କୁ ଭୋଟର ତାଲିକାରୁ ବାଦ୍ ଦେଇ ସଠିକ୍ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ସଂପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ଗୁରୁତ୍ୱାରୋପ କରିଥିଲେ।

ଭାରତ ନିର୍ବାଚନ ଆୟୋଗ ପ୍ରଥମ ଥର ପାଇଁ ସମସ୍ତ ଭୋଟରମାନଙ୍କୁ ଫଟୋ ପରିଚୟ ଡାକ ମାଧ୍ୟମରେ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତିା ଏଥି ନିମନ୍ତେ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କଲାବେଳେ ଫର୍ମ ନଂ-୬ରେ ତାଲିକାରେ ନାମ ଯୋଗ ଓ ଫର୍ମ ନଂ-୮ରେ ତ୍ରୁଟି ସଂଶୋଧନ ପାଇଁ ଫର୍ମ ପୂରଣ କଲାବେଳେ ନାଗରିକମାନେ ଆବେଦନ ଫର୍ମରେ ସଂପୂର୍ଣ୍ଣ ଡାକ ଠିକଣା ଓ ସଠିକ୍ ମୋବାଇଲ୍ ନମ୍ବର ଦେବାକୁ ହେବା ନଚେତ୍ ଭୋଟରଙ୍କ ଘରେ ଡାକ ଯୋଗେ ଫଟୋ ପରିଚୟ ପତ୍ର ପହଞ୍ଚିବା ସମ୍ଭବ ହେବ ନାହିାଁ ଆଗାମୀ ଦୁଇ ସପ୍ତାହ ମଧ୍ୟରେ ବୁଥ ସ୍ତରୀୟ ଅଧିକାରୀମାନେ ନିଜ ନିଜ ଅଞ୍ଚଳରେ ଘରକୁ ଘର ଯାଇ ସଠିକ୍ ତଥ୍ୟ ସଂଗ୍ରହ କରି ନିର୍ବାଚକ ପଂଜୀକରଣ ଅଧିକାରୀମାନଙ୍କୁ ସଠିକ୍ ତଥ୍ୟ ପ୍ରଦାନ କରିବେ ଓ ପରେ ନିର୍ବାଚକ ପଂଜୀକରଣ ଅଧିକାରୀମାନେ ସଠିକ୍ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୋ ବର୍ତ୍ତମାନ ସୁଦ୍ଧା ପ୍ରସ୍ତୁତ ହୋଇଥିବା ଫଟୋ ପରିଚୟ ପତ୍ରଗୁଡ଼ିକୁ ମେ’ ମାସ ୧୫ ତାରିଖ ସୁଦ୍ଧା ଡାକ ମାଧ୍ୟମରେ ଭୋଟରମାନଙ୍କ ଘରେ ପହଞ୍ଚାଇବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ନିର୍ଦ୍ଦେଶ ଦେଇଛନ୍ତିା

ବର୍ତ୍ତମାନ ସୁଦ୍ଧା ଯେଉଁ ଭୋଟରମାନଙ୍କ ନାମ ଭୋଟର ତାଲିକାରେ ନାହିଁ କିମ୍ବା ତାଲିକାରେ ନାମ ଓ ଡାକ ଠିକଣା ଇତ୍ୟାଦିରେ ତ୍ରୁଟି ଅଛି ସେମାନେ ଏବେ ଅନ୍ଲାଇନ୍ ମାଧ୍ୟମରେ nvsv.in ପୋର୍ଟାଲକୁ ଯାଇ ଆବେଦନ କରିପାରିବୋ ଏହା ମଧ୍ୟ ନିଜ ମୋବାଇଲ୍ ମାଧ୍ୟମରେ ଭୋଟର ହେଲ୍ପ ଲାଇନ୍ ଆପ୍ ଡାଉନ୍ଲୋଡ଼୍ କରି ସେଥିରେ ଆବେଦନ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତିା ଏହି ଆଭାସୀ ବୈଠକରେ ୩୦ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳମାନେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ସଂଘମିତ୍ରା ଶତପଥୀ, ଭବାନୀଶଙ୍କର ରାୟ, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ, ଏଏସ୍ଇ ଇଦ୍ରିଶ୍ ଖାନ୍, ରାମ ଟୁଙ୍ଗା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Leave A Reply

Your email address will not be published.