mobile header

ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ବାର୍ତ୍ତା ଜରିଆରେ ଓଡ଼ିଆ ନବବର୍ଷର ଶୁଭେଚ୍ଛା ସହ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ତାହା ସହ ମହାପ୍ରଭୁଙ୍କ ନିକଟରେ ରାଜ୍ୟବାସୀଙ୍କ ମଙ୍ଗଳକାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ । ସମସ୍ତେ ଭଲରେ ରୁହନ୍ତୁ ବୋଲି ନବୀନ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.