mobile header

ଓଡ଼ିଶାରେ କୋଭିଡ ସଂକ୍ରମଣ ବଢ଼ିବାର ଆଶଙ୍କା

ନୂଆଦିଲ୍ଲୀରେ ବଢ଼ିବା ପରେ ଓଡ଼ିଶାରେ କୋଭିଡ ସଂକ୍ରମଣ ବଢ଼ିଥାଏ। ଏହା କହିଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରୋଜ ମିଶ୍ର। ଦିଲ୍ଲୀରେ ଗତ ୪୦ ଦିନ ପରେ ପୁଣି କରୋନା ସଂକ୍ରମଣ ବଢ଼ିଛି। ନୂଆଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୩୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଣୁ ଓଡ଼ିଶାରେ ବି କୋଭିଡ ସଂକ୍ରମଣ ବଢ଼ିବାର ଆଶଙ୍କା ଦେଖାଦେଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୯,୯୭୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୪୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୭,୦୩୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୯୧।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୩୦,୬୨,୫୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ଏଣେ ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୬ଟି ଜିଲ୍ଲାରୁ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Leave A Reply

Your email address will not be published.