mobile header

ଭୁବନେଶ୍ୱରରେ ହାଜତ ମୃତ୍ୟୁ !

ଭୁବନେଶ୍ୱର ବଡଗଡ ଥାନାରେ ହାଜତ ମୃତ୍ୟୁ ଅଭିଯୋଗ। ମୃତକ ହେଉଛନ୍ତି କପିଳପ୍ରସାଦ ଅଂଚଳର ଦେବେନ୍ଦ୍ର ଚୌଧୁରୀ।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ସେ ରସୁଲଗଡରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିବା ଦେବେନ୍ଦ୍ରଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି । ଥାନା ହାଜତରେ ସେ ତଳେ ପଡି ଗୁରୁତର ହେବା ପରେ ଦେବେନ୍ଦ୍ରଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଦେବେନ୍ଦ୍ରଙ୍କ ନାଁରେ ପୂର୍ବରୁ ଏକାଧିକ ଚୋରି ମାମଲା ରହିଛି।

ସେପଟେ ରବିବାର ଚୋରି କରୁଥିବା ବେଳେ ପୋଲିସ ତାଙ୍କୁ ଧରିବାକୁ ଚେଷ୍ଟା କରିବା ବେଳେ ସେ ପଡି ଯାଇଥିଲେ। ଥାନାକୁ ଆଣି ଜେରା ବେଳେ ତାଙ୍କ ସ୍ବାସ୍ଥ୍ୟ ଭଲ ନ ଥିବା ସେ କହିଥିଲେ। ହସ୍ପିଟାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.