xmas

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ଉପକୃତ ହେବେ ସାଢେ ୭ ଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳୀ, ୨୪୦ କୋଟି ଟଙ୍କାର ମିଳିବ ଅଧିକ ରୋଜଗାର ।

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯିବା ନେଇ ଆଜି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଉପକୃତ ହେବେ । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି।
ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ। ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।
ସୂଚନାଯୋଗ୍ୟ , ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”

Leave A Reply

Your email address will not be published.