mobile header

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ବଭୂଷଣ ହରିଚନ୍ଦନ, ଭେଟଘାଟକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା

ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ତଥା ଓଡିଶା ବିଜେପିର ତୁଙ୍ଗ ନେତା ବିଶ୍ବଭୂଷଣ ହରିଚନ୍ଦନ ଗତକାଲି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନୂଆଦିଲ୍ଲୀସ୍ଥିତି ବାସଭବନରେ ଏହି ଭେଟଘାଟ ହୋଇଛି। ଏହି ସାକ୍ଷାତ ଏକ ସୌଜନମୂଳକ ଥିଲା। ସାକ୍ଷାତ ବେଳେ ବିଶ୍ବଭୂଷଣ ପ୍ରଧାନମନ୍ତ୍ରୀଙ୍କୁ ତିରୂପତି ବାଲାଜୀଙ୍କ ଫଟୋ ସହ ନୀଳ ଉତ୍ତରୀୟ ଉପହାର ଦେଇଥିଲେ। ତାହାକୁ ପ୍ରଧାନମନ୍ତ୍ରୀ ସାଦରେ ଗ୍ରହଣ କରି ନୀଳ ଉତ୍ତରୀୟ ପିନ୍ଧି ବିଶ୍ବଭୂଷଣଙ୍କ ସହିତ କଥା ହୋଇଥିଲେ।

ଗୋଟିଏ ରାଜ୍ୟର ରାଜ୍ୟପାଳ ଭାବେ ବିଶ୍ବଭୂଷଣ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାରେ କୌଣସି ଅସୁବିଧା ନାହିଁ। ରାଜ୍ୟପାଳ କାହିଁକି ବିଶ୍ବଭୂଷଣ ଜଣେ ପୂର୍ବତନ ମନ୍ତ୍ରୀ ଭାବେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିପାରିବେ। ହେଲେ ଏହି ସାକ୍ଷାତକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ବିଶେଷ କରି ରାଜ୍ୟ ରାଜନୀତିରେ ଏହି ଭିଟଘାଟକୁ ନେଇ ବେଶ୍ କିଛି ଆଲୋଚନା ଚାଲିଛି।

Leave A Reply

Your email address will not be published.