mobile header

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ୯ ଜଣ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଅର୍ପଣ କରାଯାଇଥିବାର ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତିରେ ଜଣାଇଛି । ବରିଷ୍ଠ ଓଏଏସ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଶନ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେ ସେଠାରେ ପୂର୍ବରୁ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିଲେ । ସେହିପରି ରାଜ୍ୟ ଗ୍ରାମ୍ୟ ଉନ୍ନୟନ ତଥା କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଶ୍ରୀଧର ନାୟକଙ୍କୁ ରାଜ୍ୟ ସୂଚନା କମିଶନ ସଚିବ ଭାବେ ବଦଳି କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ ଶଶାଙ୍କଶେଖର ଦାଶ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ ହୋଇଥିବା ବେଳେ ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ କୁମାର ମହାନ୍ତିଙ୍କୁ ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।

କଟକ ଆରଡିସିଙ୍କ ଯୁଗ୍ମ ସଚିବ ଥିବା ଧରିତ୍ରୀ ମିଶ୍ରଙ୍କୁ ଆଚାର୍ଯ୍ୟ ହରିହରି ପୋଷ୍ଟ ଗ୍ରାଜୁଏଟ୍ କ୍ୟାନସର ଇନଷ୍ଟିଚ୍ୟୁଟର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି । ସେହିଭଳି ଭୁବନେଶ୍ୱର ବିଡିଓ ରମେଶ ଚନ୍ଦ୍ର ସେଠୀଙ୍କୁ ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ ଭାବେ ନୂଆ ଦାୟିତ୍ୱ ମିଳିଛି । ଅନୁଗୋଳ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ସୁଶାନ୍ତ କୁମାର ପତିଙ୍କୁ ପାଲଲହଡ଼ା ଉପଜିଲ୍ଲାପାଳ, ଅନୁଗୁଳ ଅତିରିକ୍ତ ଉପଜିଲ୍ଲାପାଳ ଥିବା ବାଇତୁରା ଦୀପଙ୍କୁ ଅନୁଗୋଳ ଉପଜିଲ୍ଲାପାଳ ଓ କନ୍ଧମାଳ ଉପଜିଲ୍ଲାପାଳ ସରୋଜ କୁମାର ବେହେରାଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଉପସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ବେହେରା ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ପ୍ରଶାସନିକ ଅଫିସର ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏହି ବିଶ୍ୱବିଦ୍ୟାଳୟକୁ ଚଳିତ ବର୍ଷ ଶେଷ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ।

Leave A Reply

Your email address will not be published.