mobile header

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ

ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠାପାଇଁ ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଠାରୁ ପ୍ରକାଶ । ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି । ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ । କମିଟିରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ୍ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି ।

ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠାପାଇଁ ଅନୁମୋଦନ କରିଥିବାବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛନ୍ତି । ଏଥି ମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋରୋ ଓ ଜଳେଶ୍ୱରରେ ଗୋଟିଏ କରି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ଠାରେ ରହିଛି ।

ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟକୁ ଅନୁମୋଦନ କରାଯାଇଛି । ଏଗୁଡିକ ନୟାଗଡ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡା ଏବଂ ସୋନପୁର ଜିଲ୍ଲାର ରାମପୁର ଠାରେ ହେବ । ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ ସ୍ଥାପନ ହେବ । ଏଗୁଡିକ ବଲାଙ୍ଗିର ଜିଲ୍ଲାର ତୁଷରା, ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ସୋରୋ, ସିମୁଳିଆ, ବାହାନାଗା ଏବଂ ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ ଜିଲ୍ଲାର ବାରକୋଟ, ଜଗତ୍ସିୋଂହପୁର ଜିଲ୍ଲାର ନାଉଗାଁ ଏବଂ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଏବଂ ଖଜୁରୀପଡାରେ ପ୍ରତିଷ୍ଠା ହେବ ।

ଏଥି ସହିତ ମିଟି ମଧ୍ୟ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର କରିଛନ୍ତି । ଏଗୁଡିକ ମଧ୍ୟରେ କଟକ ସଦର, ଭୁବନେଶ୍ୱର, ପୁରୀରେ ଦୁଇଟି, ବାଲେଶ୍ୱର ସଦର, ବଲାଙ୍ଗିର ସଦର, କେନ୍ଦ୍ରାପଡା ସଦର, ଜୟପୁର, ରାଉରକେଲା ଏବଂ ଗୋଟିଏ ଲିଭ୍ ରିଜର୍ଭ ଅଦାଲତ ହେବ ।

ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟ୍କୁକ ଅନୁମୋଦନ କରାଯାଇଛି । ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ ପାଇଁ ୩.୬୦କୋଟି, ସିଭିଲ ଜଜ୍ ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ୪ଟି ବାଣିଜ୍ୟିକ ଅଦାଲତ ଭୁବନେଶ୍ୱର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁର ଠାରେ ପ୍ରତିଷ୍ଠାକୁ ଅନୁମୋଦନ କରିଥିବାବେଳେ ନୟାଗଡ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍ କୋର୍ଟକୁ ଅନୁମୋଦନ କରାଯାଇଛି । ଓଡିଶା ହାଇକୋର୍ଟଙ୍କ ଅନୁମୋଦନ ପରେ ମଞ୍ଜୁରୀ ପାଇଥିବା ଏହି ଅଦାଲତ ପର‌୍ୟ୍ୟାୟ କ୍ରମେ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ।

Leave A Reply

Your email address will not be published.