mobile header

ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପୁରୀ: ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଆଜି ସର୍କିଟ ହାଉସରେ ଏହି ବୈଠକ ହୋଇଥିବା ବେଳେ ରଥଯାତ୍ରକୁ କିପରି ସୁରୁଖୁରୁରେ କରାଯାଇପାରିବ ସେନେଇ ଆଲୋଚନା ହୋଇଛି । ୩୦ ଦିନ ମଧ୍ୟରେ ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏଥିସହ ସାସ୍ଥ୍ୟ ଓ ପରିମଳ, ସେବା, ପାନୀୟ ଜଳ ଯୋଗାଣ, ରାସ୍ତାଘାଟ ମରାମତି, ବିଦ୍ୟୁତ ଯୋଗାଣ ଭଳି ବିଭିନ୍ନ ସମ୍ପର୍କରେ ଆଲୋଚନା କରାଯାଇଛି । ବସିଥିବା ଏହି ବୈଠକରେ ଏସପି କନ୍ୱର୍ ବିଶାଳ ସିଂଙ୍କ ସମେତ ପୌରସଂସ୍ଥା, ପୂର୍ତ୍ତ ବିଭାଗ, ପାନୀୟ ଜଳ ବିଭାଗ, ବିଜୁଳି ବିଭାଗ, ମନ୍ଦିର ପ୍ରଶାସନ, ପରିବହନ ବିଭାଗ ସହ ବହୁ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.