mobile header

ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ‘ଉତ୍କଳ ରତ୍ନ’

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ ଭାଷାତତ୍ତ୍ୱବିତ୍‍ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଚଳିତ ବର୍ଷ ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପ୍ରଦାନ କରାଯିବ। ନରସିଂହ ମିଶ୍ରଙ୍କୁ ‘ଶୁକଦେବ ସାହୁ ଉପନ୍ୟାସ ସମ୍ମାନ’, ଅରବିନ୍ଦ ରାୟଙ୍କୁ ‘ଫକୀରମୋହନ କ୍ଷୁଦ୍ରଗଳ୍ପ ସମ୍ମାନ’, ଇଂ ଧନୁର୍ଦ୍ଧର ମିଶ୍ରଙ୍କୁ ‘ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ’, ସୌଭାଗିନୀ ରାୟଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ସାହିତ୍ୟ ସମ୍ମାନ’, ବିପିନ୍‍ ନାୟକଙ୍କୁ ‘ଗଙ୍ଗାଧର ମେହେର କବିତା ସମ୍ମାନ’, ଡକ୍ଟର ମନ୍ମଥ କୁମାର ପ୍ରଧାନଙ୍କୁ ‘ଗୋପୀନାଥ ନନ୍ଦ ପ୍ରବନ୍ଧ-ସମାଲୋଚନା ସାହିତ୍ୟ ସମ୍ମାନ’, ଡ. ଲାବଣ୍ୟଚନ୍ଦ୍ର ସାହୁଙ୍କୁ ‘ରାମକୃଷ୍ଣ ନନ୍ଦ ଶିଶୁ-ସାହିତ୍ୟ ସମ୍ମାନ’, ଜୟୀରାମ ସାମଲଙ୍କୁ ‘ବୈଷ୍ଣବ ପାଣି କଳା ସମ୍ମାନ’, କୁମାର ହସନଙ୍କୁ ‘ପ୍ରଫୁଲ୍ଲ ଦାସ ଅନୁବାଦ ସାହିତ୍ୟ ସମ୍ମାନ’, ମେଜର କ୍ଷୀରୋଦ ପ୍ରସାଦ ମହାନ୍ତିଙ୍କୁ ‘ରାଧାନାଥ ରଥ ସମ୍ବାଦ ସାହିତ୍ୟ ସମ୍ମାନ’, ଡ. ବ୍ରଜକିଶୋର ସ୍ୱାଇଁଙ୍କୁ ‘ଗୋବିନ୍ଦ ନାରାୟଣ ଆଧ୍ୟାତ୍ମିକ ସାହିତ୍ୟ ସମ୍ମାନ’, ଡ. ବିଜୟିନୀ ସିଂହଦେଓଙ୍କୁ ‘ବସନ୍ତ କୁମାରୀ ଦେବୀ ଲେଖିକା ସମ୍ମାନ’, ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କୁ ‘ବିଦ୍ୟାଧର ମିଶ୍ର ଜୀବନୀ ସାହିତ୍ୟ ସମ୍ମାନ’, ପ୍ରସନ୍ନ କୁମାର ମହାନ୍ତିଙ୍କୁ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ବାଦିକତା ସମ୍ମାନ’ ଶ୍ରୀଯୁକ୍ତ ସତ୍ୟାନାଶ (ପ୍ରଭାକର ନାୟକ)ଙ୍କୁ ‘ନୀରଦପ୍ରଭା ହାସ୍ୟବ୍ୟଙ୍ଗ ସମ୍ମାନ’, ରାସେଶ୍ୱରୀ ମିଶ୍ରଙ୍କୁ ‘ବିଶ୍ୱନାଥ ମିଶ୍ର ଆତ୍ମଜୀବନୀ ସମ୍ମାନ’, ଅଲେଖ ବିଶ୍ୱାଳଙ୍କୁ ‘ନବରୂପା ରାଜ ଗୀତିକବିତା ସମ୍ମାନ’, ଘନଶ୍ୟାମ ପଣ୍ଡାଙ୍କୁ ‘କବିଚନ୍ଦ୍ର ସଙ୍ଗୀତଗୁରୁ ସମ୍ମାନ’, ସୁବାସ ଦାସଙ୍କୁ ‘ଭିକାରୀ ବଳ କଣ୍ଠଶିଳ୍ପୀ ସମ୍ମାନ’, ଅନସୂୟା ମିଶ୍ରଙ୍କୁ ‘ବିକ୍ରମ ଦାସ ଭ୍ରମଣ କାହାଣୀ ସମ୍ମାନ’, ଅଞ୍ଜନ ଚାନ୍ଦଙ୍କୁ ‘ପ୍ରଭା ପଟେଲ ରମ୍ୟରଚନା ଓ ଲଳିତ ନିବନ୍ଧ ସମ୍ମାନ’, ରାଧାମୋହନ ସାହୁଙ୍କୁ ‘ବ୍ରହ୍ମାନନ୍ଦ ପଣ୍ଡା ସାଂସ୍କୃତିକ ସଂଗଠନ ସମ୍ମାନ’ ରବିନାରାୟଣ ଦାଶଙ୍କୁ ‘କୈଳାସ ଚନ୍ଦ୍ର ସିଂହ ଯୁବ ସାରସ୍ୱତ ସମ୍ମାନ’, ଜୀବାନନ୍ଦ ମିଶ୍ର (ବିଦ୍ୟାପୁରୀ)ଙ୍କୁ ‘ଦେବବ୍ରତ କର ପ୍ରକାଶକ ସମ୍ମାନ’ ଡ. ସଦାନନ୍ଦ ନାୟକଙ୍କୁ ‘ନିରଞ୍ଜନ ଦାସ ଭାଷା ସମ୍ମାନ’ କ୍ଷେତ୍ରବାସୀ ସାହୁଙ୍କୁ ‘ବାଗ୍ମୀ ବିଶ୍ୱନାଥ କର ସମ୍ପାଦନା ସମ୍ମାନ’ ଓ ଗଜେନ୍ଦ୍ର ପ୍ରସାଦ ସାହୁଙ୍କୁ ‘ସୁନାମଣି ସାମଲ ଚିତ୍ରଶିଳ୍ପୀ ସମ୍ମାନ’ ପ୍ରଦାନ କରାଯିବ।

ଅନୁଷ୍ଠାନର ସଭାପତି ତରୁଣ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟନିର୍ବାହିକା ସମିତି ବୈଠକରେ ଏହି ନିଷ୍ପତ୍ତି ଗୃହୀତ ହୋଇଛି। ଆସନ୍ତା ଜୁଲାଇ ୨ ଓ ୩ ତାରିଖରେ ଅନୁଷ୍ଠିତ ହେବାକୁଥିବା ଉତ୍କଳ ସାହିତ୍ୟ ସମାଜର ସମାବର୍ତ୍ତନ ଉତ୍ସବରେ ପ୍ରଦାନ କରାଯିବ ବୋଲି ସାଧାରଣ ସମ୍ପାଦକ ଆଦିତ୍ୟ ପ୍ରତାପ ଧଳ ଜଣାଇଛନ୍ତି।

Leave A Reply

Your email address will not be published.