ହରଭଙ୍ଗା (୧୯/୦୫ ) : ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ କନିଷ୍ଠ କଲେଜରେ ହରଭଙ୍ଗା ବ୍ଲକ ପ୍ରଶାସନ , ହରଭଙ୍ଗା ତହସିଲଦାର ଏବଂ ଓଡିଶା ଅଗ୍ନିଶମ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ଦିବସୀୟ ବିପର୍ଯ୍ୟୟ ପରିଚାଳନା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ମନୋଜ କୁମାର ପାଠୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ହରଭଙ୍ଗା ତହସିଲଦାର ଶମ୍ଭୁ ଭୂଷଣ ମିଶ୍ର, ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ଜାନୀ, ଜିପିଓ ବିରଞ୍ଚି ନାରାୟଣ ପଣ୍ଡା, LFM କୃଷ୍ଣଚନ୍ଦ୍ର ଗୌଡ଼ ପ୍ରମୁଖ ଯୋଗଦେଇ ହରଭଙ୍ଗା ଦମକଳ କେନ୍ଦ୍ରର କର୍ମକାର୍ତ୍ତାଙ୍କ ଦ୍ଵାରା ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସମୟରେ ହେଉଥିବା ପ୍ରାକୃତିକ ଓ କୃତ୍ରିମ ବିପର୍ଯ୍ୟୟ ପରିଚାଳନା ଏବଂ ଅପାତ କାଳୀନ ସେବା ଉପରେ ତାଲିମ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏବଂ ନେହେରୁ ଯୁବ କେନ୍ଦ୍ରର କର୍ମକର୍ତ୍ତା ସୁଧିର ଦୀପ ପ୍ରମୁଖ ସହଯୋଗ କରିଥିଲେ । ଅଧ୍ୟାପକ ସଦାଶିବ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ତାଲିମ ଶିବିରରେ କଲେଜର ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।
