ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶ୍ରୀମନ୍ଦିର ସେବାୟତ : ଖଣ୍ଡୁଆ ପାଟ ଦେଇ କଲେ ସମ୍ବର୍ଦ୍ଧିତ

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଶ୍ରୀମନ୍ଦିର ସେବାୟତ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ ପାଇବା ପରେ ଆନନ୍ଦିତ ହୋଇଛନ୍ତି ସେବାୟତ ସମୂହ । ସୁପ୍ରିମକୋର୍ଟଙ୍କ ରାୟ ହିଁ ଆନନ୍ଦର ଲହରି ବିଛାଇଦେଇଛି । କେବଳ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଶ୍ରୀକ୍ଷେତ୍ରର ନୂତନ ନକ୍ସା ପୂର୍ଣ୍ଣ ହେବାକୁ ଯାଉଛି । ଯେଉଁଥି ପାଇଁ ଶ୍ରୀମନ୍ଦିରର ସେବାୟତ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ସେବାୟତ ।ଆଗାମୀ ଦିନରେ ରଥଯାତ୍ରା ହେବାକୁ ଯାଉଥିବାବେଳେ କିପରି ସୁରୁଖୁରୁରେ କାର୍ଯ୍ୟ ସମାପନ୍ନ ହେବ ସେନେଇ ମଧ୍ୟ ଆଲୋଚନା କରିଥିଲେ । ଏଥି ସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନେଇ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ଏହି ସେବାୟତ ବୃନ୍ଦ । ନିକଟରେ ଉପସ୍ଥିତ ରହିଛନ୍ତି ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ।

Leave A Reply

Your email address will not be published.