mobile header

୧୩ଜଣଙ୍କୁ କ୍ୟାବିନେଟ ପାହ୍ୟା, ୮ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ବ

ଭୁବନେଶ୍ୱର: ବିଜେଡି ସରକାରର ପଞ୍ଚମ ପାଳିର ୩ବର୍ଷ ପୂରଣ ହେବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ନବକଳେବର କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଆଜି ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ଆସନ୍ତାକାଲି ଦିନ ୧୧ଟା ୪୫ମିନିଟରେ ନୂଆ ମନ୍ତ୍ରୀମାନେ ଶପଥ ନେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂତନ ମନ୍ତ୍ରୀମଣ୍ଡଳରେ ୧୩ଜଣଙ୍କୁ କ୍ୟାବିନେଟ ପାହ୍ୟା ମନ୍ତ୍ରୀ ଭାବେ ମନୋନୀତ କରାଯାଇଛି। ସେହିପରି ୮ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ବ ଦିଆଯାଇଛି।


ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆଙ୍କୁ କ୍ୟାବିନେଟ ପାହ୍ୟା ମନ୍ତ୍ରୀ ଭାବେ ମନୋନୀତ କରାଯାଇଛି। ସେହିପରି ସମୀର ରଞ୍ଜନ ଦାଶ, ଅଶ୍ବିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତି ହେମ୍ବ୍ରମଙ୍କୁ ରାଷ୍ଟ୍ରପାହ୍ୟା ମନ୍ତ୍ରୀ ଦାୟିତ୍ବ ଦିଆଯାଇଛି।

Leave A Reply

Your email address will not be published.