mobile header

ହରଭଙ୍ଗା ବ୍ଳକରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ବୌଦ୍ଧ,୦୬ା୬ : ବୌଦ୍ଧ ଜିଲା ହରଭଙ୍ଗା ବ୍ଳକରେ ସୋମବାର ଦିନ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସମୁଦାୟ ୮୪ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୭୭ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୭ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୧ ଗୋଟି ଅଭିଯୋଗକୁ ଫଇସଲା କରାଯାଇଥିବା ବେଳେ ୯ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯାଇଥିଲା ।

ଏହି ଶିବିରରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ ଓ ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ । ଶିବିରକୁ ଜିଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ,ହରଭଙ୍ଗା ବିଡିଓ ସ୍ମିତା ରଥ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ପରିଚାଳନା କରି ଥିଲେ ।

Leave A Reply

Your email address will not be published.