mobile header

ସମ୍ଭାବ୍ୟ ବିପର୍ଯ୍ୟୟ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମୁକାବିଲା ମନ୍ତ୍ର । ଜୁନରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ, ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତିକୁ ସୁଦୃଢ କରିବାକୁ ନିର୍ଦ୍ଦେଶ ।

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା, ବନ୍ୟା ମୁକାବିଲା ଲାଗି ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଛି । ବିପର‌୍ୟ୍ୟୟ ପରିଚାଳନା କମିଟି ବୈଠକ ପରେ ରାଜସ୍ୱ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ପିଇବା ପାଣି , ଔଷଧ ମହଜୁଦ ରଖିବା , ଦୁର୍ବଳ ବନ୍ଧ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜୁନ୍ ରେ ନିଅଣ୍ଟିଆ ବର୍ଷା ହେଲେ ବିଭାଗ ପ୍ରସ୍ତୁତ ରହିଛି । ସ୍ଥିତି ଦେଖି ପଦକ୍ଷେପ ନିଆଯିବ । ଜଳବାୟୁ ପ ପରିବର୍ତ୍ତନ ନେଇ ବିଭାଗ ତଦାରଖ କରିବ ବୋଲି କହଛନ୍ତି ରାଜସ୍ୱ ମନ୍ତ୍ରୀ । ବୈଜ୍ଞାନିକ ଓ ବିଶେଷଜ୍ଞଙ୍କ ସହ ଆଲୋଚନା କରି ପଦକ୍ଷେପ ନିଆଯିବ । ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର‌୍ୟ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ପ୍ରତ୍ୟେକ ବର୍ଷର ଜୁନ୍ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ । ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି । ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ୱାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ । ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ସେ କହିଥିଲେ । ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର‌୍ୟ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୈଠକରେ ରାଜ୍ୟସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ତା ଉପରେ ସୂଚନା ଦେଇଥିଲେ ।

Leave A Reply

Your email address will not be published.