ଭୁବନେଶ୍ୱର, ୨୫/୦୬: ଗୁରୁତର ଥିବା ରୋଗୀମାନଙ୍କୁ ଉପଯୁକ୍ତ ଚିକିତ୍ସା, ସେବା ଏବଂ ଯତ୍ନ ପ୍ରଦାନ
କ୍ଷେତ୍ରରେ ନର୍ସମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବାର ଲକ୍ଷ୍ୟ ନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ
ସମ୍ ହସ୍ପିଟାଲ୍ରେ ଶନିବାର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ସମ୍ ହସ୍ପିଟାଲ୍ର କ୍ରିଟିକାଲ୍ କେୟାର ମେଡିସିନ୍ ବିଭାଗ ପକ୍ଷରୁ ଆୟୋଜିତ “କ୍ରିଟିକାଲ୍ କେୟାର ନର୍ସିଂ
ଅପ୍ଡେଟ୍-୨୦୨୨” ଶୀର୍ଷକ ଏକ କଂଟିନ୍ୟୁଇଙ୍ଗ୍ ମେଡିକାଲ୍ ଏଜୁକେସନ୍ (ସିଏମ୍ଇ) ରେ ଭୁବନେଶ୍ୱରର
ବିଭିନ୍ନ ହସ୍ପିଟାଲ୍ର ୬୦ ଜଣ ନର୍ସଙ୍କ ସମେତ ପ୍ରାୟ ୧୨୦ ଜଣ ସାମିଲ ହୋଇ ପ୍ରଶିକ୍ଷଣ ନେଇଥିଲେ ।
ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା
ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏଭଳି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ ଆୟୋଜନ କରିବା ଉପରେ ଜୋର
ଦେଇଥିଲେ । ସେହିପରି ସ୧ାନିତ ଅତିଥି ଭାବେ ଯୋଗ ଦେଇ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର
ପୁଷ୍ପରାଜ ସାମନ୍ତସିଂହାର ଏଭଳି ସିଏମ୍ଇକୁ ଗୋଟିଏ ଦିନ ମଧ୍ୟରେ ସିମୀତ ନ ରଖି ନିୟମିତ ଭାବେ ପରିଚାଳନା
କରିବା ନେଇ ମତ ବ୍ୟକ୍ତ କରିଥିଲେ ।
ସେହିପରି କ୍ରିଟିକାଲ୍ କେୟାର ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଶକ୍ତି ବେଦାନ୍ତ ମିଶ୍ର
ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ନର୍ସମାନଙ୍କ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ
କରିଥିଲେ । ଆଇସିୟୁରେ ଭତି ର୍ ହୋଇଥିବା ରୋଗୀଙ୍କ ଚିକିତ୍ସା ଓ ସେବା ସୁଶୃଷା ଦିଗରେ ନର୍ସମାନଙ୍କ ଭୂମିକା
ଅନେକ ଗୁରୁତ୍ୱପୂର୍ଣ୍ଣ । ତେବେ ନର୍ସିଂ ପାଠ୍ୟକ୍ରମରେ ଏ ସମ୍ପର୍କିତ ଶିକ୍ଷା ପ୍ରଦାନ ବ୍ୟବସ୍ଥା ନାହିଁ । ତେଣୁ ଏଭଳି
ସିଏମ୍ଇ ଦ୍ୱାରା ନର୍ସମାନଙ୍କୁ ଅଧିକ ପ୍ରଶିକ୍ଷିତ କରିହେବ ବୋଲି ଡାକ୍ତର ମିଶ୍ର କହିଛନ୍ତି ।
କାର୍ଯ୍ୟକ୍ରମରେ ସମ୍ ହସ୍ପିଟାଲ୍ର ଫିଜିଓଥେରାପି ବିଭାଗର ମୁଖ୍ୟ ଡାକ୍ତର ସ୍ଥିତି ପ୍ରଜ୍ଞା ଦଳବେହେରା
ଯୋଗ ଦେଇ ନର୍ସମାନଙ୍କୁ ଫିଜିଓଥେରାପି ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ସେହିପରି ଉଦ୍ଘାଟନୀ
କାର୍ଯ୍ୟକ୍ରମରେ କ୍ରିଟିକାଲ୍ କେୟାର ବିଭାଗର ଡାକ୍ତର ସାଗରିକା ପଣ୍ଡା ଓ ଡାକ୍ତର ଅଭିଳାଷ ଦାସ ପ୍ରମୁଖ ଉପସ୍ଥିତ
ଥିଲେ ।
ଆଡିସ୍ନାଲ୍ ନର୍ସିଂ ସୁପରିଟେଣ୍ଡେଂଟ୍ ଶ୍ରୀମତି ଶୋଭାମଞ୍ଜରୀ ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
Sign in
Sign in
Recover your password.
A password will be e-mailed to you.