ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପଦ ପାଇଁ ସମର୍ଥନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବରେ ମକରନ୍ଦଙ୍କ ସମ୍ମତି

ଭୁବନେଶ୍ୱର : ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ କରିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ରୌପଦୀ ମୁର୍ମୁ ଓଡିଶାର ଝିଅ । ଓଡ଼ିଶାର ସ୍ୱାଭିମାନ । ତାଙ୍କ ପାଇଁ ପ୍ରତ୍ୟେକ ଓଡିଆ ଗର୍ବିତ । ଓଡିଶାର ସବୁ ଭୋଟ ତାଙ୍କ ପାଖକୁ ଯିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଓ ତାଙ୍କୁ ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଶ୍ରୀ ମୁଦୁଲି କହିଲେ ଯେ ଶ୍ରୀମତୀ ମୁର୍ମୁ ଆମ ଆଦିବାସୀ ସମାଜର ଗର୍ବ ଓ ଗୌରବ । ତାଙ୍କୁ ସମର୍ଥନ ଦେଇ ମୁଁ ନିଜକୁ ଗୌରବାନ୍ୱିତ ମନେ କରୁଛି ବୋଲି ସେ କହିଥିଲେ।

Leave A Reply

Your email address will not be published.