mobile header

୧୫ରେ ପୁଞ୍ଜିଲାଲ ମେହେର ଜାମିନ ଶୁଣାଣି: ବଦଳିଲେ ଆଇନଜୀବୀ

ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ନିୟମିତ ଜାମିନ ଆବେଦନର ପରିଚାଳନା ପାଇଁ ନୂଆ ଆଇନଜୀବୀଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ପୁଞ୍ଜିଲାଲଙ୍କ ପକ୍ଷରୁ ଆଉ ମାମଲା ପରିଚାଳନା କରିବେ ନାହିଁ ବୋଲି ହାଇକୋର୍ଟଙ୍କୁ ଅବଗତ କରିଥିଲେ। ଅନ୍ୟପକ୍ଷରେ ଆଇନଜୀବୀ ପରିବର୍ତ୍ତନ ପ୍ରସଂଗରେ ଜେଲରେ ଥିବା ପୁଞ୍ଜିଲାଲଙ୍କ ତରଫରୁ ଏକ ପ୍ରିଜନ୍‌ ପିଟିସନ୍ ହାଇକୋର୍ଟରେ ଦାଖଲ କରାଯାଇଥିଲା। ହାଇକୋର୍ଟ ଏହି ପ୍ରସଂଗକୁ ବିଚାରକୁ ନେଇ ହାଇକୋର୍ଟ ଆଇନସେବା କମିଟି ତରଫରୁ ଆଇନଜୀବୀ ବାସୁଦେବ ପୂଜାରୀ ପୁଞ୍ଜିଲାଲଙ୍କ ମାମଲା ପରିଚାଳନା କରିବେ ବୋଲି କହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୫କୁ ଧାର୍ଯ୍ୟ କରାଯାଇଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ପୁଞ୍ଜିଲାଲଙ୍କ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୧୮, ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମାଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନାରେ ମାମଲା ରୁଜୁ କରିଥିଲା। ମାମଲାକୁ ମାର୍ଚ୍ଚ ୨୩ ତାରିଖରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଆଇଟିକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁଷା କଲେଜର ଇ˚ରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮, ଏପ୍ରିଲ ୨୫ରେ କ୍ରଇମବ୍ରାଞ୍ଚ ଗିରଫ କରିଥିଲା।

Leave A Reply

Your email address will not be published.