mobile header

ପଢ଼ିବା ମିଶନ:- ୨୦୨୨


ମାଲକାନଗିରି,୨୦/୦୭:- ମାଲକାନଗିରି ଜିଲ୍ଲା ମହାବିଦ୍ୟାଳୟର ସଭାଗୃହରେ ପଢ଼ିବା ମିଶନ:- ୨୦୨୨ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପ୍ରାୟତଃ ଏକ ସପ୍ତାହ ଧରି ଚାଲିବ, ପର୍ଯୟକ୍ରମେ ଛାତ୍ରଛାତ୍ରୀମାନଙ୍କର ପଢ଼ିବା ଅଭ୍ୟାସକୁ ବୃଦ୍ଧି କରିବା ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ଷଡ଼ଙ୍ଗୀ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ପଢ଼ିବା ଅଭ୍ୟାସ ବୃଦ୍ଧି କରିବାକୁ ପରାମର୍ଶ ଦେଇଥିଲେ । ବରିଷ୍ଠ ଅଧ୍ୟାପକ ଲିଙ୍ଗରାଜ ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରତିଦିନ କିଛି ଉପାଦେୟ ପୁସ୍ତକ ପଢ଼ିବାର ଅଭ୍ୟାସ ବୃଦ୍ଧି କରିବାକୁ ଉପଦେଶ ହେଇଥିଲେ । ଏହି କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ତଥା ଆବାହକ ଡ଼ଃ. ରଞ୍ଜନ କୁମାର ସ୍ୱାଇଁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ଜାତୀୟ ସେବା ଯୋଜନା, ସମର ଶିକ୍ଷାର୍ଥୀ ବାହିନୀ ଏବଂ ଯୁବ ରେଡକ୍ରସର ମିଳିତ ଉଦ୍ୟମରେ ଆୟୋଜନ କରାଯାଇଥିଲା । ଜାତୀୟ ସେବା ଯୋଜନାର ଜିଲ୍ଲା ଯୋଜନା ଅଧିକାରୀ ନାମିତା ଦଣ୍ଡସେନା ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଡ଼ଃ. ଗୋକୁଳାନନ୍ଦ ପାତ୍ର ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ପଢ଼ିବାର ଅଭ୍ୟାସ ବୃଦ୍ଧି କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟତଃ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ସଭାଶେଷରେ ଜାତୀୟ ସେବା ଯୋଜନା ଅଧିକାରୀ ପ୍ରମିୟ କୁମାର ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.