xmas

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ; ଏମ୍‌ବିଏରେ ଶ୍ରଦ୍ଧାରବିନ୍ଦ,ଏମ୍‌ସିଏରେ ଈଶାନ୍ତ ଟପ୍ପର

ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ରେଜଲ୍ଟ। ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି।

www.ojee.nic.in ୱେବସାଇଟରେ ଛାତ୍ରଛାତ୍ରୀମାନେ ପରୀକ୍ଷାଫଳ ଦେଖିପାରିବେ। ୪୭ ହଜାର ୭୬୧ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିଲା ବେଳେ ୪୭ ହଜାର ୭୨୯ ପରୀକ୍ଷାର୍ଥୀଙ୍କୁ ପ୍ରଦର୍ଶନ ଅନୁଯାୟୀ ରାଙ୍କ ମିଳିଛି।

ଏମ୍‌ବିଏରେ ଶ୍ରଦ୍ଧାରବିନ୍ଦ ସାମନ୍ତରାୟ ଟପ୍ପର ହୋଇଥିବା ବେଳେ ଏମ୍‌ସିଏରେ ଈଶାନ୍ତ କୁମାର ନାୟକ ଓ ବି.ଫାର୍ମରେ ଅରୂପ ପଣ୍ଡା ଟପ୍ପର ହୋଇଛନ୍ତି। ସେହିପରି ଏମ୍. ଫାର୍ମରେ ସଚିନ ନାୟକ, ଏମ୍.ଆର୍କରେ ସୃଷ୍ଟି ନଙ୍ଗାଲିଆ ଟପ୍ପର ହୋଇଛନ୍ତି। ଏମ୍‌ଟେକ୍ ସିଭିଲ ଇଞ୍ଜିନିୟରିଂରେ ସଂଜୀବ ପ୍ରଧାନ ଟପ୍ପର ହୋଇଥିବା ବେଳେ ଏମ୍‌ଟେକ୍ ଇଲେକ୍ଟ୍ରିକାଲରେ ମିଥୁନ ଅଧିକାରୀ ଓ ମେକାନିକାଲରେ ରାଜନ ମହାପାତ୍ର ଟପ୍ପର ହୋଇଛନ୍ତି।

ଓଜେଇଇ ସେଲର ଚ୍ୟାୟାରମେନ୍‌ ସୁଦୀପ କୁମାର ଚାନ୍ଦ କହିଛନ୍ତି, ଅଗଷ୍ଟ୧୦ତାରିଖରେ କାଉସିଲିଂ ପ୍ରୋସେସ ଆରମ୍ଭ ହେବ। ଭୁବନେଶ୍ୱର ସ୍ଥିତ ଗଣ୍ଡମୁଣ୍ଡା ସେଲ୍‌ରେ ଏହି କାଉସିଲିଂ ହେବ। ଛାତ୍ରଛାତ୍ରୀ ସେମାନଙ୍କ ଯୋଗ୍ୟତା ଅନୁସାରେ ନାମ ଲେଖାଇ ପାରିବେ।

ସୂଚନାଯୋଗ୍ୟ,ଜୁଲାଇ ୪ରୁ ୮ ତାରିଖ ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୩ଟି ସିଟିଂରେ ଏହି ପରୀକ୍ଷା ହୋଇଥିଲା। କମ୍ପ୍ୟୁଟର ବେସଡ୍ ପରୀକ୍ଷା ଯୋଗୁ ପରୀକ୍ଷାର୍ଥୀଙ୍କୁ ଦେଢ଼ ଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଓଜେଇଇ ପକ୍ଷରୁ ନିର୍ଦ୍ଦେଶ ରହିଥିଲା। ଓଜେଇଇରେ ପ୍ରାୟ ୫୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲା ବେଳେ ସର୍ବାଧିକ ଲାଟେରାଲ ଏଣ୍ଟ୍ରି ଟୁ ବିଟେକରେ ୨୦ ହଜାର ୧୬୮ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ବି. ଫାର୍ମା ପାଇଁ ୧୨,୨୨୯ ଜଣ ଓ ଏମବିଏ ପାଇଁ ୧୦,୬୭୪ ଜଣ ଆବେଦନ କରିଥିଲେ।

ରାଜ୍ୟର ୩୦ ଜିଲ୍ଲାରେ ୬୧ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଏହାଛଡ଼ା କୋଲକାତା, ରାଞ୍ଚି ଓ ପାଟନାରେ ଗୋଟିଏ ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଥିଲା।

Leave A Reply

Your email address will not be published.