ବଡି ଭୋରରୁ ଭୁବନେଶ୍ୱରର ବିଭିନ୍ନ ଛକ ବୁଲିଲେ ୫-ଟି ସଚିବ । ଟ୍ରାଫିକ ବ୍ୟବସ୍ଥାର କଲେ ଅନୁଧ୍ୟାନ, ଖୁବଶୀଘ୍ର ଟ୍ରାଫିକ ସମସ୍ୟାର ହେବ ସମାଧାନ ।

ଭୁବନେଶ୍ୱର- ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି. ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି l ଏହା ଦ୍ୱାରା ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି lଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶରେ ୫-ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଛକ, ରବି ଟକିଜ ଛକ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ, ଓ଼ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଓ ପ୍ରଶାସନ ଏବଂ ପୋଲିସ ର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ l ଏହି ପରିଦର୍ଶନ ସମୟରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ. ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ,ବି ମ ସି କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେl

Leave A Reply

Your email address will not be published.