ଜି. ଉଦୟଗିରି ଥାନା ଏସଆଇଙ୍କ ଆତ୍ମହତ୍ୟା

ଫୁଲବାଣୀ -୨୭/୦୮ କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ସବ -ଇନ୍ସପେକଟର ସାଗରିକା ବେହେରା ଶୁକ୍ରବାର ରାତିରେ ନିଜ ସରକାରୀ ବାସଭବନରେ ସିଲିଂ ଫ୍ୟାନରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି lଆତ୍ମହତ୍ୟା ର କାରଣ ଜଣାପଡିନାହିଁ l ତେବେ, ସେ ଗଲା କିଛି ଦିନ ହେଲା ମାନସିକ ଚାପରେ ଥିବା ଅନୁମାନ କରାଯାଉଥିଲା l ତାଙ୍କ ଘର ଖୋର୍ଦ୍ଧା ଅଞ୍ଚଳରେ ବୋଲି ଜଣାପଡିଛି l ଖବର ପାଇ ପୋଲିସ ଏସ୍ଡ଼ିପିଓ ଓ ଅନ୍ୟମାନେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛନ୍ତି l ସାଗରିକା ଅବିବାହିତ ଥିଲେ ହେଲେ ଜଣେ ସଚୋଟଓ ନିର୍ଭିକ ପୋଲିସ ଅଫିସର ଭାବେ ବେଶ ଜଣାଶୁଣା ଥିଲେ l ସାଗରିକାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପୋଲିସ ଅଫିସରଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି l

Leave A Reply

Your email address will not be published.