xmas

ବିଷ୍ଣୁଚରଣ ସେଠୀଙ୍କ ପରଲୋକରେ ଶୋକ, ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କଲେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୯।୦୯ : ବିଧାୟକ ବିଷ୍ଣୁଚରଣ ସେଠୀଙ୍କ ପରଲୋକ । ଦୁଃଖ ପ୍ରକାଶ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ଓ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଟ୍ୱିଟ୍‌ କରି ନିଜର ଶୋକପ୍ରକାଶ କରିଛନ୍ତି ।

ରାଜ୍ୟପାଳ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ବିଷ୍ଣୁ ସେଠୀଙ୍କ ଭଳି ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଆମ ଗହଣରେ ଆଉ ନାହାନ୍ତି । ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ କହିଛନ୍ତି ଯେ, ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ଖବର ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋରସନପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ସେହିପରି ଆନ୍ଧ୍ର ରାଜ୍ୟପାଳ ଟ୍ୱିଟ କରିଛନ୍ତି ଯେ, ରାଜନୀତି ଓ ସାହିତ୍ୟଜଗତ ପାଇଁ ଏହା ଏକ ବିରାଟ ଶୁନ୍ୟସ୍ଥାନ । ଏହି ଦୁଃଖଦ ମୁହୁର୍ତ୍ତରେ ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ସ୍ୱର୍ଗତ ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରୁଛି । ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ।

Leave A Reply

Your email address will not be published.