ବୌଦ୍ଧରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଉଦଯାପିତ

ବୌଦ୍ଧ: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ମନ୍ତ୍ରଣାଳୟ ଅଧୀନସ୍ଥ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ, ଜିଲ୍ଲା କ୍ରୀଡ଼ା ଓ ସଂସ୍କୃତି ବିଭାଗ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଭାଗିତାରେ ସ୍ଥାନୀୟ ଟାଉନ ହଲରେ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରେ ଥିବା ଯୁବ ପ୍ରତିଭାମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଉଦଯାପିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲା ଯୁବ ଅଧିକାରୀ ନବନିତ କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ, ସମ୍ମାନିତ ଅତିଥି ଭାବରେ ଏଡିଏମ୍ ବବିତା ରାଣୀ ଦଳବେହେରା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳୀୟରସିଂହ , ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ, ସାଂସଦ ନୋମିନି ତଥା ଓଲିଉଡ ତାରକା ଜଳନ୍ଧର ବେହେରା, ଜାତୀୟ ସେବା ଯୋଜନାର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ମନୋରଂଜନ ଘୋଡେ଼ଇ , ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ସାହୁ, ବୌଦ୍ଧ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରବୀନ୍ଦ୍ରନାଥ ଗୁରୁ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ, ଉଦ୍ଧେଶ୍ୟ, ମହତ୍ତ୍ୱ ଓ ଅବଶ୍ୟକତା ସମର୍କରେ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ କବିତା ଲିଖନ ପଠନ, ଆଲଙ୍କାରିକ ଭାଷଣ , ଯୁବ ସମ୍ବାଦ , ଚିତ୍ରଙ୍କଣ ଏବଂ ଫୋଟୋଗ୍ରାଫି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏହିସବୁ ପ୍ରତିଯୋଗୀତାର କୃତି ପ୍ରତିଯୋଗୀମାନଙ୍କୁ ମାନପତ୍ର ,ଟ୍ରଫି ଓ ଅର୍ଥରାଶି ଦେଇ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ନେହେରୁ ଯୁବ କେନ୍ଦ୍ରର କର୍ମକର୍ତ୍ତା ଆସମାନ ମହାକୁଡ଼ ସ୍ୱାଗତ ଭାଷଣ ଦେବା ସହ ସଭା ପରିଚାଳନା କରିଥିବା ବେକେ ସୁପ୍ରିୟା ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ସୁଧିର ଦୀପଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୧୨ ଗୋଟି ନୃତ୍ୟାନୁଷ୍ଠାନ ଅଂଶଗ୍ରହଣ କରିବା ସହ ସହସ୍ରାଧିକ ବ୍ୟକ୍ତି ଉପସ୍ଥିତ ଥିଲେ ।

Leave A Reply

Your email address will not be published.