ପଦ୍ମପୁର ବିଧାୟକ ଆଉ ନାହାନ୍ତି

ବରଗଡ଼: ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଗତ ରବିବାର ରାତିରେ ଭୁବନେଶ୍ଵର ସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥା ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ (୬୪) ବର୍ଷ ବୟସ ହେଉଥିଲା । ସେ ଦୀର୍ଘ ଦୀନ ଧରି ଅସୁସ୍ଥ ଥିଲେ । ବିଧାୟକ ଶ୍ରୀ ବରିହା ପଦ୍ମପୁର ୫ ଥର ବିଜୟ ଲାଭ କରି ବିଧାୟକ ହୋଇଥିଲେ । ସେ ଆଦିବାସୀ ଓ ହରିଜନ କଲ୍ୟାଣ ବିଭାଗ କ୍ୟାବିନେଟ ଭାବେ ରହିଥିବା ବେଳେ ବରଗଡ଼ ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ଭାବେରେ ରହି ସୁଚାରୁରୂପେ କାର୍ଯ୍ୟନିର୍ବାହ କରୁଥିଲେ । ପଦ୍ମପୁର ତଥା ବରଗଡ଼ ଜିଲ୍ଲାରେ ଟାଣୁଆ ନେତା ତଥା ବିଜୟ ବାବୁ ନାମରେ ବେଶ୍ ପରିଚିତ ଥିଲେ । ତାଙ୍କର ପରଲୋକ ପ୍ରଚାରିତ ହେବା ପରେ ଅକାଳ ବିୟୋଗରେ ପଦ୍ମପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ପଛରେ ଧର୍ମପତ୍ନୀ, ଏକ ମାତ୍ର ପୁଅ ଭୋଜରାଜ ସିଂ ବରିହା, ଦୁଇ ଝିଅ, ଜ୍ୱାଇଁ, ପରିବାର ଲୋକେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.