xmas

ବରଗଡ ଜିଲ୍ଲା ପାଇଁ ୪୫୩ କୋଟି ୧୧ ଲକ୍ଷ ଟଙ୍କାର ୧ ଟି ବୃହତ୍ତ ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ କଲେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଆମ ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇଦେବା ପାଇଁ ବିଜୁ ଜନତା ଦଳର ସଭାପତି ତଥା ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତିବଦ୍ଧ । ବରଗଡ ଜିଲ୍ଲାରେ ୧ ଟି ବୃହତ୍ତ ଗ୍ରାମ୍ୟ ପାନୀୟ ଜଳଯୋଗାଣ ପ୍ରକଳ୍ପ ୪୫୩ କୋଟି ୧୧ ଲକ୍ଷ ଟଙ୍କାରେ କାର୍ଯ୍ୟକାରୀ କରାଯିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

ଏହି ପ୍ରକଳ୍ପ ଦ୍ବାରା ଉପରୋକ୍ତ ଜିଲ୍ଲାର ୩ ଟି ବ୍ଲକ ଅଧୀନରେ ଥିବା ୫୮ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୩୧୬ ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୨ , ୯୫ , ୨୯୦ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ । ତନ୍ମଧ୍ୟରୁ ଆମ୍ଭଭୋନା ବ୍ଲକ ଅଧୀନରେ ଥିବା ୧୫ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୧୦୪ ଟି ଗ୍ରାମର ପ୍ରାୟ ୬୫ , ୭୧୫ ଜଣ , ଭଟଲି ବ୍ଲକ ଅଧୀନରେ ଥିବା ୧୬ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୮୪ ଟି ଗ୍ରାମର ପ୍ରାୟ ୯୦ , ୩୨୧ ଜଣ ଓ ସୋହେଲା ବ୍ଲକ ଅଧୀନରେ ଥିବା ୨୭ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୧୨୮ ଟି ଗ୍ରାମର ପ୍ରାୟ ୧ , ୩୯ , ୨୫୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ

ସମସ୍ତ ପ୍ରକଳ୍ପ ଗୁଡିକୁ ୨୪ ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.