xmas

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ

ସମସ୍ତଙ୍କ ସହଯୋଗରେ ପଦ୍ମପୁରକୁ ବିକାଶର ଏକ ମଡେଲ କରାଯିବ – ମୁଖ୍ୟମନ୍ତ୍ରୀ
ଚାଷୀ ମାନଙ୍କ ଫସଲ ବୀମା କ୍ଷତି ପୂରଣ ସମସ୍ୟା ସମାଧାନ ପାଇଁ ଚେଷ୍ଟା ଜାରି ରହିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ବରଗଡ: ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି । ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି । ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ । କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ୱାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର ହେଉଛି । ଏହି କ୍ରମରେ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି । ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।

ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି । ବିକାଶ ହେଉଛି ଆମର ପରିଚୟ । ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ ମକ୍ସକ୍ଟକ୍ଟ୍ର ସଦ୍ଭଗ୍ଦଙ୍କକ୍ସବଦ୍ଭମର ଗ୍ଧବଦ୍ଭଳବ ପାଇନାହାନ୍ତି .ଆପଣ ମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭରତ ସରକାରଙ୍କ ଯୋଜନା । ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ମୁଁ ବାରମ୍ବାର ଚେଷ୍ଟା ଜାରୀ ରଖିଛି ।ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି । ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି ।

ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ । ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌? ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌?ଘାଟିତ ହୋଇଥିଲା । ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Leave A Reply

Your email address will not be published.