ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି।

ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା।

Leave A Reply

Your email address will not be published.