୫-ଟି ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ: ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ ଯୋଜନା

ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବେ ଜିଲ୍ଲାପାଳ

ଭୁବନେଶ୍ବର/ରାଉରକେଲା, ୧୪/୦୧/୨୩: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ । ୫-ଟି ଉପକ୍ରମରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର ସଭ୍ୟ ସେବାୟତ ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରିଥିଲେ । ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ ।

ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ, ନଦୀ ସମୁଖ ଭାଗର ଉନ୍ନତିକରଣ, ଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧାର ବିକାଶ, ଯାତ୍ରୀ ନିବାସ ନିର୍ମାଣ ଏବଂ ଲାଇଟ ଓ ସାଉଣ୍ଡ ସୋ ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା ।

ବେଦ ବ୍ଯାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠକୁ ଆସିଥାନ୍ତି । ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ । ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ ।

ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ପରାଗ ଗଭାଲି, ରାଉରକେଲା ମହାନଗର କମିଶନର ଶ୍ରୀ ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.