mobile header

ଯୁକ୍ତ ଦୁଇ ପରୀକ୍ଷା ଫଳ: ଏଥର ବି ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ବର: ଏଥର ବି ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଆଗରେ ରହିଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଏହା ଜଣାଯାଇଛି। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ବିଜ୍ଞାନରେ ଛାତ୍ରୀଙ୍କ ପାସ ହାର ୮୫.୬୭ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସହାର ରହିଛି ୮୪.୨୮ ପ୍ରତିଶତ । ୩୯ହଜାର ୫୭୩ ଏଥର ବିଜ୍ଞାନରେ ପାସ୍ ହାର ରହିଛି  ପ୍ରତିଶତ ଓ ବାଣିଜ୍ୟ ପାସ୍ ହାର ପ୍ରତିଶତ ହୋଇଥିବା ଜଣାଯାଇଛି।

ଏଣେ ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି। ୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ୨୪ହଜାର ୨୫୭ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧୪ହଜାର ୮୫୨ ଜଣ । ନୟାଗଡ଼ରେ ସର୍ବାଧିକ ପାସ ହାର ୯୬.୪୧ ପ୍ରତିଶତ । ଗଜପତିରେ ସର୍ବନିମ୍ନ ପାସ ହାର ୬୧.୫୫ ପ୍ରତିଶତ ରହିଛି ।

ସେହିପରି ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାପଡିଛି । ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ, ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୋଟ ୧୯,୫୩୬ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ୧୮୭୪୦ ରେଗୁଲାର ପରୀକ୍ଷାର୍ଥୀ ପାସ କରିଥିବା ବେଳେ  ୭୮୯ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ୍ କରିଛନ୍ତି ।  ନୟାଗଡରେ ସର୍ବାଧିକ ପାସ୍ ହାର ୯୩.୦୯% ଥିବା ବେଳେ ବୌଦ୍ଧରେ ସର୍ବନିମ୍ନ ପାସ୍ ହାର ୫୫.୫୫% ରହିଛି । ତେବେ ବାଣିଜ୍ୟରେ ଛାତ୍ରଙ୍କ ପାସ୍ ହାର ୭୯.୫୨% ରହିଛି । ସେହିଭଳି ବାଣିଜ୍ୟରେ ଛାତ୍ରୀଙ୍କ ପାସ୍ ହାର ୮୩.୮୭% ରହିଛି । ଏଥିରେ ବି ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି ।

ବୁଧବାର ପୂର୍ବାହ୍ନ ୧୧ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.