mobile header

ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଦିଆଯିବ ୫ ଲକ୍ଷ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ। ବାହାନଗା ଟ୍ରେନ୍ ଦୁର୍ଘଟଣାର ଶିକାର ହୋଇପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଦିଆଯିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମଧ୍ୟ ତାଙ୍କର ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।  ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଥିଲେ। ଏହାଛଡ଼ା ପ୍ରତ୍ୟେକ ଆହତଙ୍କ ପାଇଁ  ୧ ଲକ୍ଷ ଟଙ୍କା ଏବଂ ରାଜ୍ୟର ପୀଡ଼ିତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଥିଲେ।

Leave A Reply

Your email address will not be published.