ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଟିମ ଘୋଷଣା: ହାର୍ଦ୍ଦିକ ଅଧିନାୟକ, ଯଶସ୍ବୀ, ତିଲକଙ୍କୁ ସୁଯୋଗ

ମୁମ୍ବାଇ: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଛି । ସେହିପରି ସୂର୍ଯ୍ୟକୁମାର ଯାଦବଙ୍କୁ ଉପ ଅଦିନାୟକ ଭାବେ ଚୟନ କରାଯାଇଛି । ଏହି ସିରିଜରେ ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମାଙ୍କୁ ସୁଯୋଗ ମିଳିଛି । ଅନ୍ୟପଟେ କୁଲଦୀପ ଯାଦବ ଦଳକୁ ଫେରିଛନ୍ତି ।

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଯୁବ ଭାରତୀୟ ଟିମକୁ ନେଇ ମୈଦାନକୁ ଓହ୍ଲାଇବ ଭାରତ । ଅଗଷ୍ଟ ୩ ତାରିଖରୁ ଆରମ୍ଭ ହେବ ୫ଟିକିଆ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ । ତେବେ ଆଇପିଏଲରେ ଭଲ ପ୍ରଦର୍ଶନ ପରେ ୱେଷ୍ଟ ଇଣ୍ଡିଜ ବିପକ୍ଷରେ ଯୁବ ବାହିନୀ କେତେ ଭଲ ପ୍ରଦର୍ଶନ କରୁଛି ତାହା ଦେଖିବା ବାକି ରହିଲା ।

ଭାରତୀୟ ଟିମ
ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ସୂର୍ଯ୍ୟକୁମାର ଯାଦବ (ଉପ-ଅଧିନାୟକ), ଇଶାନ କିଷାନ, ଶୁଭମନ୍ ଗିଲ, ଯଶସ୍ୱୀ ଜୟସୱାଲ, ତିଲକ ବର୍ମା, ସଞ୍ଜୁ ସାମସନ୍, ଅକ୍ଷର ପଟେଲ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ରବି ବିଷ୍ଣୋଇ, ଅର୍ଶଦୀପ ସିଂହ, ଉମରାନ୍ ମଲ୍ଲିକ, ଆଭେଶ ଖାନ୍, ମୁକେଶ କୁମାର

Leave A Reply

Your email address will not be published.