ଆବୁଧାବିରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ଏମଓୟୁ ସ୍ବାକ୍ଷରିତ

ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣରେ ନୂତନ ଅଧ୍ୟାୟ ଆରମ୍ଭ– ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଆବୁଧାବି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ(ଏମଓୟୁ) ହୋଇଛି । ଏହା ଦ୍ୱାରା ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହି ପଦକ୍ଷେପ ନୂଆ ଭାରତର ନୂତନତ୍ୱ ଓ ଦକ୍ଷତା କ୍ଷେତ୍ରରେ ଏକ ଉଦାହରଣ । ୟୁଏଇରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ସ୍ଥାପନ ହେବା ଭାରତ ଏବଂ ୟୁଏଇ ବନ୍ଧୁତ୍ୱର ଏକ ପ୍ରତିଫଳନ । ଏହି ପଦକ୍ଷେପ ଜାତୀୟ ଶିକ୍ଷା ନୀତିରେ କଳ୍ପନାକୁ ବାସ୍ତବର ରୂପ ଦେବ ତଥା ଉଭୟ ଦେଶର ପାରସ୍ପରିକ ସମୃଦ୍ଧି ଏବଂ ବିଶ୍ୱର ବିକାଶ ଦିଗରେ ଜ୍ଞାନଶକ୍ତିର ଉପଯୋଗ ପାଇଁ ଏହା ଏକ ନୂତନ ଢାଞ୍ଚା ସ୍ଥାପିତ କରିବ । ଭାରତ ଓ ୟୁଏଇର ରଣନୈତିକ ଭାଗିଦାରୀ ସୁଦୃଢ ହେବ । ଭାରତୀୟ ଓ ବିଶ୍ୱର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖନୀୟ, ନିକଟରେ ଗତ ୧୦ ତାରିଖରେ ଆଇଆଇଟି ଦିଲ୍ଲୀଠାରେ ୟୁଏଇର ପ୍ରାଥମିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସାରା ମୁସଲ୍ଲମଙ୍କୁ ସାକ୍ଷାତ୍ କରିବା ଅବସରରେ ଆବୁଧାବୀରେ ଦିଲ୍ଲୀର ଆଇଆଇଟି କ୍ୟାମ୍ପସ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ  । ଏହା ପୂର୍ବରୁ ଗତ ୭ ତାରିଖରେ ବିଦେଶରେ ଆଇଆଇଟିର ସର୍ବପ୍ରଥମ କ୍ୟାମ୍ପସ ତଥା ତାଞ୍ଜାନିଆର ଜାଞ୍ଜିବରରେ ଆଇଆଇଟି ମାଡ୍ରାସର କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା ।

Leave A Reply

Your email address will not be published.