ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ଘୋଷଣା: ଫେବ୍ରୁଆରି ୨୦ରୁ ମାର୍ଚ୍ଚ ୪ ଯାଏ ମାଟ୍ରିକ୍ ପରୀକ୍ଷା

କଟକ: ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି।

ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବା। ଏହା ଅତିକମ୍‌ରେ ତାହା ୧୨ ଦିନ ଚାଲିବ। ଆସନ୍ତା ଅକ୍ଟୋବର ମାସରେ ଫର୍ମପୂରଣ ହେବ। ସେହିପରି ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ। ତେବେ ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ପ୍ରକାଶ କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା।

Leave A Reply

Your email address will not be published.