xmas

ଅବକାରୀ ବିଭାଗ ଦ୍ଵାରା ୮୮ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମାଲକାନଗିରି: ଅବକାରୀ ବିଭାଗ ହାବୁଡରେ ପଡିଲେ ଗଞ୍ଜେଇ ଚୋରା ଚାଲାଣ କାରୀ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ଏକ କାର ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସମୟରେ ମାଲକାନଗିରି ଅବକାରୀ ବିଭାଗ ହାତରେ ଧରା ପଡିଲା ଜଣେ ଚୋରା ଚାଲାଣ କାରୀ । ସୂଚନା ମୁତାବକ ମାଲକାନଗିରି ସହର ନିକଟରେ ଥିବା ଗୌଡ଼ଗୁଡା ଛକ ଠାରେ ଅବକାରୀ ବିଭାଗର କର୍ମଚାରୀ ମାନେ ଗୁଇନ୍ଦା ସୂଚନା ପାଇ ପାଟ୍ରୋଲିଂ କରୁଥିବା ସମୟରେ ଦ୍ରୁତ ଗତିରେ ଏକ କାର ମାଲକାନଗିରି ସହର ଆଡ଼କୁ ଆସୁଥିବା ଦେଖିବାକୁ ପାଇଥିଲେ ପରେ ସନ୍ଧେହ ହେବାରୁ ଉକ୍ତ କାରକୁ ଅଟକାଇ ଯାଞ୍ଚ କରିବାରୁ ସେଠାରୁ ୮୮ କେଜି ଗଞ୍ଜେଇ ବାହାରି ଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ ୮ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହୋଇଥିବା ବେଳେ ଏହି ଚୋରା ଚାଲାଣରେ ସାମିଲ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଏବଂ ଅଭିଯୁକ୍ତ ଜଣକ ସଞ୍ଜୟ ବିଶ୍ଵାସ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ଏସଆଇ ଅଶେଷ କୁମାର ନାୟକ, ଏଏସଆଇ ଅକ୍ଷୟ କୁମାର ଜେନା, ଏଏସଆଇ ପ୍ରଦୀପ ଖରା, ଜ୍ଞାନ ରଂଜନ ସାହୁ କନେଷ୍ଟବଲ, ପାଣ୍ଡବ ଟୁଡୁ ଓ ଅନ୍ୟାନ୍ୟ ଅବକାରୀ ଅଧିକାରୀ ମାନେ ପାଟ୍ରୋଲିଂ ସମୟରେ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.