xmas

ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଜନ ସମ୍ପର୍କ ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ମାଲକାନଗିରି: ଚଳିତ ବର୍ଷ ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଅକ୍ଟୋବର ୨ ତାରିଖ ‘ଗାନ୍ଧୀ ଜୟନ୍ତୀ’ ଠାରୁ ଅକ୍ଟୋବର ୧୧ ତାରିଖ ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏଁ “ଜନ ସମ୍ପର୍କ ପଦଯାତ୍ରା” ପାଳନ କରିବାକୁ ଯାଉଛି। ଏହି ଜନ ସମ୍ପର୍କ ପଦଯାତ୍ରା ଅବସରରେ ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ସଭାପତି ତଥା ପୁର୍ବତ୍ତନ ବିଧାୟକ ମାନସ ମାଡକାମୀଙ୍କ ବଳିଷ୍ଠ ନେତୃତ୍ୱରେ ଆଜି ମାଲକାନଗିରି ସହର ନଗର ଭବନ ଠାରେ ମାଲକାନଗିରି ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳୀ ଚିତ୍ରକୋଣ୍ଡା ଓ ମାଲକାନଗିରିକୁ ନେଇ ଏକ ସ୍ୱତନ୍ତ୍ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରା ସମୟରେ ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ”, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ ସହିତ ଏ ବର୍ଷର ‘ ଜନ ସମ୍ପର୍କ ପଦଯାତ୍ରା ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଓ ମାଲକାନଗିରି ନିର୍ବାଚନ ମଣ୍ଡଳୀ ସ୍ତରରେ ପାଳନ କରାଯିବ। ଅକ୍ଟୋବର ୧୨ ଠାରୁ ମାସେ ବ୍ୟାପୀ ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ସକ୍ରିୟ ସଦସ୍ୟ ସଦସ୍ୟାମାନଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଜିଲ୍ଲାପରିଷଦ ଜୋନ୍ ସ୍ତରୀୟ ଓ ପୌରାଞ୍ଚଳ ଏବଂ ଏନ୍ ଏ ସି ସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜିତ କରାଯିବ । ଉପରୋକ୍ତ କାର୍ଯ୍ୟକ୍ରମ ପରେ ପରେ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ବୈଠକ ଓ ଜନସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତ୍ୟେକ ୱାର୍ଡ଼ରେ ନବୀନ ସରକାରର ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ ଏହା ସହିତ ବିଜୁ ଜନତା ଦଳର ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ ଓ ପରିବେଶ ପ୍ରତିବଦ୍ଧତାର କାର୍ଯ୍ୟକ୍ରମ କରାଯିବ । ଡିସେମ୍ବର ୨୬ରେ ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସ ନିର୍ବାଚନ ମଣ୍ଡଳୀମାନଙ୍କରେ ପାଳନ କରାଯିବ ଓ ଏହି ଅବସରରେ ମହାନ ସ୍ଵାଧୀନତା ସଂଗ୍ରାମୀ ଓ ବରପୁତ୍ର ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହିତ ଓଡ଼ିଶାର ବିକାଶକୁ ଶୀର୍ଷ ସ୍ଥାନକୁ ନେବା ପାଇଁ ସଂକଳ୍ପ ନିଆଯିବ । ଆଜିର ଏହି ଜିଲ୍ଲାସ୍ତରୀୟ ବିଜୁ ଜନତା ଦଳର ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ତଥା କୋରାପୁଟ କେ.ସି.ସି ବ୍ୟାଙ୍କ ସଭାପତି ଶ୍ରୀଯୁକ୍ତ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଚିତ୍ରକୋଣ୍ଡା ବିଧାୟକ ପୁର୍ଣଚନ୍ଦ୍ର ବାକା ଯୋଗ ଦେଇଛନ୍ତି ଏବଂ ଆଜିର ପ୍ରସ୍ତୁତି ବୈଠକରେ ମଞ୍ଚାସିନ ଅତିଥି ଭାବରେ ମାଲକାନଗିରି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ବିକାଶ୍ ପରିଷଦ ଅଧ୍ୟକ୍ଷ ଆଡ଼ମା ରାବା, ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ଦୁର୍ଗା ପ୍ରସାଦ ତ୍ରିପାଠୀ, ବରିଷ୍ଠ ଉପଦେଷ୍ଟା ରାଜେନ୍ଦ୍ର ପଣ୍ଡା, ଜିଲ୍ଲା ଆଇନଜୀବୀ ସାମ୍ମୁଖ୍ୟ ସଭାପତି ତଥା ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଗୋପାଳ କୃଷ୍ଣ ପଣ୍ଡା, ଜିଲ୍ଲା ସାଙ୍ଗଠନିକ ସମ୍ପାଦକ ନୃଶିହ ଚରଣ ମହାନ୍ତି, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାକର ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ, ମାଲକାନଗିରି ପର୍ଯ୍ୟବେକ୍ଷକ ପ୍ରସାଦ ବିଡିକା, ବିଜିତ୍ ସିଂ, ମୁନି ସାମନ୍ତରାୟ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତପାବନ ବୈଦ୍ୟ, ରାଜ୍ୟ ଯୁବ ସମ୍ପାଦକ ରବି ରାଜେଶ, ଜିଲ୍ଲା ଛାତ୍ର ସଭାପତି ତାପଶ ରଞ୍ଜନ ନାୟକ, ଜିଲ୍ଲା ଆଇନଜୀବୀ ସଭାପତି ଲମ୍ବଧର ତୁରୁକ, ବରିଷ୍ଠ ବିଜେଡି ନେତା ତପନ ସାନା, ପ୍ରଫୁଲ୍ଲ ପଣ୍ଡା, ସୁରେନ୍ଦ୍ର ନାଥ ରଥ, ପୋୖର ଉପାଧ୍ୟକ୍ଷା କବିତା ମହନ୍ତ, ଜିଲ୍ଲା ପରିଷଦ ସଭ୍ୟା କୁନି ଭୂମିଆ, ଜିଲ୍ଲା ପରିଷଦ ସଭ୍ୟା ମମତା ପଡ଼ିଆମୀ, ଜିଲ୍ଲା ପରିଷଦ ସଭ୍ୟା ସୁରଭି ଭୌମିକ, ଜିଲ୍ଲା ପରିଷଦ ସଭ୍ୟା ଅପର୍ଣ୍ଣା ମଣ୍ଡଳ, ଜିଲ୍ଲା ପରିଷଦ ସଭ୍ୟ ମୁକା ମାଡ଼କାମି, ଜିଲ୍ଲା ପରିଷଦ ସଭ୍ୟ ହୀରଣ୍ୟ ମୁଦୁଲି, ଜିଲ୍ଲା ପରିଷଦ ସଭ୍ୟ ବଳି ମାଝୀ, ଯୁବ ଉପ ସଭାପତି କଣ୍ଟେସ ପୋଟଲା, ଯୁବ ସମ୍ପାଦକ ବସନ୍ତ ନାୟକ, ମହିଳା ନେତ୍ରୀ ସୁକାନ୍ତି ବୁରୁଦା, ଦହନା ତାଙ୍ଗୁଲ, ସାଂସଦ ପ୍ରତିନିଧି ମଦନ ଖସଲା, ସାଂସଦ ପ୍ରତିନିଧି ବି.କାମେଶ୍ବର ରାଓ, ଡନେଲ ପୋଟଲା, ସୁବାଷ ବାନାର୍ଜୀ, ସୁକଦେବ ବୈରାଗୀ ଏବଂ କେ. ରାହୁଲ ପ୍ରମୁଖଙ୍କ ସହ ସମସ୍ତ ଜୋନ୍ ସଂଯୋଜକ, ସମସ୍ତ ଜୋନ୍ ସଭାପତି, ସମସ୍ତ ବ୍ଲକ ସଭାପତି, ସମସ୍ତ ଯୁବ ଛାତ୍ର ମହିଳା ଜନତା ଦଳର ସକ୍ରିୟ ବିଜେଡି କର୍ମକାର୍ତ୍ତା, ପଞ୍ଚାୟତ ଓ ପୌର ନିର୍ବାଚିତ ଜନପ୍ରତିନିଧି ପ୍ରଭୃତି ବିଭିନ୍ନ ଛାମୁଆ ସଂଗଠନ ଓ କର୍ମକାର୍ତ୍ତା ଯୋଗ ଦେଇଥିଲେ ।

Leave A Reply

Your email address will not be published.