xmas

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ପୁରୀ/ ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର  ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରରକେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ମହାନ୍ତିଙ୍କ ବିୟୋଗ ଭୋର ୩.୨୫ରେ ହୋଇଛି ବୋଲି  ହସ୍ପିଟାଲର ଲୋକସଂପର୍କ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ। ସ୍ବର୍ଗତ ମହେଶ୍ବର ମହାନ୍ତି ୧୯୫୬ ମସିହା  ଫେବ୍ରୁଆରି ୨୬ ତାରିଖରେ ଜନ୍ମ ଗ୍ରହଣ କରିଥିଲ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ ଏମଏ ପରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଏଲଏଲବି ଅଧ୍ୟୟନ କରିଥିଲେ । ପେସାରେ ଆଇନଜୀବୀ ଥିଲେ ମହେଶ୍ବର। ଏହାପରେ ସେ ରାଜନୀତିରେ ପ୍ରବେଶ କରିଥିଲେ।

ରାଜ୍ୟର ଜଣେ ସଫଳ ରାଜନେତା ଭାବେ ସେ ପରିଗଣିତ ହେଉଥିଲେ। ୧୯୯୫ରୁ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ ମହେଶ୍ବର ମହାନ୍ତି । ପ୍ରଥମେ ଜନତା ଦଳରୁ ୧୯୯୫ରେ ସେ ବିଧାୟକ ହୋଇଥିଲେ । ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ କ୍ରମାଗତ ଭାବେ ବିଜେଡିରୁ ବିଧାୟକ ହୋଇ ପୁରୀକୁ ପ୍ରତିନିଧିତ୍ବ କରି ଆସୁଥିଲେ ମହେଶ୍ବର । ୨୦୦୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ପଦବୀ ସମ୍ଭାଳି ଥିଲେ । ୨୦୧୧ ରୁ ୨୦୧୯ ପର୍ଯ୍ୟନ୍ତ ଅନେକ ବିଭାଗର ମନ୍ତ୍ରୀ ପଦବୀରେ ଥିଲେ ସେ। ପଞ୍ଚାୟତିରାଜ, ରାଜସ୍ୱ, ଆଇନ, ପର୍ଯ୍ୟଟନ, ଯୋଜନା ଓ ସଂଯୋଜନା ଭଳି ପ୍ରମୁଖ ବିଭାଗର ମନ୍ତ୍ରୀ ପଦବୀରେ ଥିଲେ ମହେଶ୍ବର । ଏହା ପୂର୍ବରୁ ସେ ପୁରୀର ନଗରପାଳ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.