xmas

ସାଲୁଗା ପ୍ରଧାନ ବିଜେଡି ଉପବାଚସ୍ପତି ପ୍ରାର୍ଥୀ, ପ୍ରାର୍ଥୀ ଭାବେ ଭରିଲେ ନାମାଙ୍କନ

ଭୁବନେଶ୍ବର: ସାଲୁଗା ପ୍ରଧାନ ହେବେ ଓଡିଶା ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି । ଏନେଇ ଆଜି ସାଲୁଗା ବିଧାନସଭା ସଚିବଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ସକାଳ ୯ଟାରେ ଉପବାଚସ୍ପତି ନିର୍ବାଚନ ହେବ । କନ୍ଧମାଳ ଜିଲ୍ଲାର ଆଦିବାସୀ ଚେହେରା ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରି ବିଜେଡି ଖେଳିଛି ଆଦିବାସୀ କାର୍ଡ।

ଜି. ଉଦୟଗିରିର ବିଧାୟକ ହେଉଛିନ୍ତି ସାଲୁଗା ପ୍ରଧାନ। ବିଜୁ ଜନତା ଦଳ ଟିକେଟରୁ ସେ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି ସାଲୁଗା ପ୍ରଧାନ। ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି ।

ସେପଟେ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିବା ପରେ ସାଲୁଗା ପ୍ରଧାନ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ। ଉପବାଚସ୍ପତି ପଦ ଭଳି ଏକ ସାମ୍ବିଧାନିକ ପଦକୁ କିପରି ସଠିକ ଭାବେ କାର୍ଯ୍ୟକାରୀ କରିବି ତାହା ମୋ ପାଇଁ ବର୍ତ୍ତମାନ ସବୁଠୁ ବଡ଼ ଲକ୍ଷ୍ୟ ରହିବ ବୋଲି ସାଲୁଗା ପ୍ରଧାନ କହିଛନ୍ତି।

ସୂଚନାଯୋଗ୍ୟ ଗତ ୮ ତାରିଖରେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂହ। ସେବେଠୁ ଉପବାଚସ୍ପତି ପଦ ଖାଲି ରହିଥିଲା। କାଲି ବିଧାନସଭାର ଶୀତ ଅଧିବେଶନ ଥିବାରୁ କାଲି ସକାଳ ୯ଟାରେ ଉପବାଚସ୍ପତି ନିର୍ବାଚନ ହେବ । ଏଣେ ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳିନ ଅଧିବେଶନ ଆରମ୍ଭ ହେଉଥିବାରୁ ଅଧିବେଶନ କିପରି ସୁରୁଖୁରୁରେ ଚାଲିବ, ସେ ନେଇ ଆଜି ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିବ।

Leave A Reply

Your email address will not be published.