xmas

ବଢିପାରେ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ, ରାଜ୍ୟ ସରକାର ଜାରି କରିବେ ବିଜ୍ଞପ୍ତି

ଭୁବନେଶ୍ୱର: ବୃଦ୍ଧି ହୋଇପାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ । ଏନେଇ ରାଜ୍ୟ ସରକାର ଖୁବଶୀଘ୍ର ଜାରି କରିବେ ବିଜ୍ଞପ୍ତି । ଡିସେମ୍ବର ୩୧ରେ ଅବସର ନେଇଥାନ୍ତେ ପ୍ରଦୀପ କୁମାର ଜେନା । ଆଗକୁ ନିର୍ବାଚନ ଥିବାରୁ ପ୍ରଦୀପ ଜେନାଙ୍କ ଉପରେ ଭରସା ରଖିଛନ୍ତି ରାଜ୍ୟ ସରକାର ।

ସୂଚନା ଥାଉକି, ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ପ୍ରଦୀପଙ୍କୁ ରାଜ୍ୟ ସରକାର ଦେଇଛନ୍ତି ଗୁରୁ ଦାୟିତ୍ୱ । ତାଙ୍କୁ ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରେ ନିଯୁକ୍ତି ଦିଆଯାଇଛି । ମାର୍ଚ୍ଚ ୧ ତାରିଖରେ ପ୍ରଦୀପ ଦାୟିତ୍ୱ ଗ୍ରହଣ କରିଥିଲେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।

୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ, ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ । ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା ।

୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇ ଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ । ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି । ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ ।

Leave A Reply

Your email address will not be published.