xmas

ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ, ସମ୍ବଲପୁର ସଂସଦୀୟ କ୍ଷେତ୍ରର ହେଲେ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ । ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ତୁଲାଉଛନ୍ତି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାଶ ଘୋଷଣା କରିଛନ୍ତି ।

ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଏବଂ ରେଙ୍ଗାଳି ବିଧାନସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି । ଏହାବାଦ୍‌ ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ବିଜୁ ଜନତା ଦଳ ପ୍ରେସ ରିଲିଜ ଜରିଆରେ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.