xmas

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ବଳଭଦ୍ର ମାଝୀ ଇସ୍ତଫା ପତ୍ରରେ ତାଙ୍କର ଏହି ପଦକ୍ଷେପର କାରଣ ସଂପର୍କରେ କିଛି ଉଲ୍ଲେଖ କରି ନାହାନ୍ତି। ତେବେ ଦଳରେ ଅବହେଳିତ ହୋଇ ରହିଯାଇଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି। 

ଭବାନୀପାଟଣା: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି।

ବଳଭଦ୍ର ମାଝୀ ଇସ୍ତଫା ପତ୍ରରେ ତାଙ୍କର ଏହି ପଦକ୍ଷେପର କାରଣ ସଂପର୍କରେ କିଛି ଉଲ୍ଲେଖ କରି ନାହାନ୍ତି। ତେବେ ଦଳରେ ଅବହେଳିତ ହୋଇ ରହିଯାଇଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି। 

ବିଜେଡି ସଭାପତିଙ୍କୁ ପଠାଇଥିବା ଇସ୍ତଫା ପତ୍ରରେ ବଳଭଦ୍ର ମାଝୀ ଲେଖିଛନ୍ତି, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ।

ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇ ଥର ମନ୍ତ୍ରୀ (ନବୀନ ପଟ୍ଟନାୟକଙ୍କ ପ୍ରଥମ ଓ ଦ୍ୱିତୀୟ ପାଳିରେ) ମଧ୍ୟ ହୋଇଥିଲେ। ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ଼ ଆସନରୁ ଥରେ ବିଜୟୀ ହୋଇଥିଲେ।

୧୯୯୦ ଓ ୧୯୯୫ରେ ବଳଭଦ୍ର ମାଝୀ ଜନତା ଦଳ ଟିକେଟରେ ନର୍ଲାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି ଗଠନ ହେବା ପରେ ସେ ସେଥିରେ ମିଶିଥିଲେ। ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ନର୍ଲା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। 

୨୦୦୯ରେ ସେ ବିଜେଡି ଟିକେଟରେ ଲାଞ୍ଜିଗଡ଼ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ତେବେ ୨୦୧୪ ବିଜେଡି ପୁଣି ତାଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଥିଲା ଓ ସେ ବିଜୟୀ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ଦଳ ଲାଞ୍ଜିଗଡ଼ରେ ପ୍ରଦୀପ କୁମାର ଦିଶାରୀଙ୍କୁ ପ୍ରାର୍ଥୀ କରିଥିଲେ। 

Leave A Reply

Your email address will not be published.