xmas

ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ଆଉ ପାଦେ ଆଗେଇଲା ସମ୍ ହସ୍ପିଟାଲ୍; ଫୁଲନଖରାରେ ଲୋକାର୍ପିତ ହୋଇଛି ଦ୍ୱିତୀୟ କ୍ୟାମ୍ପସ୍‌

ଭୁବନେଶ୍ବର: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ଲୋକାର୍ପିତ ହେଲା ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି । ଏହା ସହ ଜନସାଧାରଣଙ୍କୁ ଉତ୍ତମମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଆଉ ପାଦେ ଆଗେଇଛି ସମ୍‌ ହସ୍ପିଟାଲ।

ଏହି ନୂଆ କ୍ୟାମ୍ପସ ଭୁବନେଶ୍ବର ଓ କଟକ ମଧ୍ୟବର୍ତ୍ତୀ ଜାତୀୟ ରାଜପଥ ୧୬ ନିକଟରେ ରହିଛି। ସ୍ବାସ୍ଥ୍ୟସେବାରେ ଏହା ହେବ ରାଜ୍ୟର ସବୁଠୁ ଅତ୍ୟାଧୁନିକ ହସ୍ପିଟାଲ। ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ସମସ୍ତ ବିଭାଗ ସହିତ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ସମ୍ମିଳିତ ସରଞ୍ଜାମ ସହ ସ୍ବାସ୍ଥ୍ୟସେବା ପ୍ରଦାନ କରାଯିବ। ଏହି ହସ୍ପିଟାଲରେ ରାଜ୍ୟର ଯେ କୌଣସି ସ୍ଥାନରୁ ରୋଗୀଙ୍କୁ ପହଞ୍ଚିବାରେ ସୁବିଧା ହେବ । ୨୪ ଘଣ୍ଟା ଜରୁରୀକାଳୀନ ସେବା ପ୍ରଦାନ କରାଯିବା ସହ ଆଇସିୟୁ, ଆୟୁସିସିୟୁ, ପିଆଇସିୟୁ ସୁବିଧା ଉପଲବ୍ଧ ହେଉଛି । ଏହା ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବାରେ ସହାୟକ ହେବ ବୋଲି ସମ ପକ୍ଷରୁ କୁହାଯାଇଛି ।

ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ଜେନେରାଲ୍ ମେଡିସିନ୍, ରେସ୍ପିରେଟାରୀ ମେଡିସିନ୍, ପେଡିଆଟ୍ରିକ୍ସ, ନିଓନାଟୋଲୋଜି, କ୍ରିଟିକାଲ୍ କେୟାର ମେଡିସିନ୍, ସାଇକିଆଟ୍ରିକ୍‌, ଆନେସ୍ଥେସିଓଲୋଜି, ରେଡିଓ- ଡାଏଗ୍ନୋସିସ, ଇମର୍ଜେନ୍‌ସି ମେଡିସିନ୍, ଇମ୍ୟୁନୋ ହେମାଟୋଲୋଜି ଆଣ୍ଡ ବ୍ଲଡ୍ ଟ୍ରାନ୍‌ସଫ୍ୟୁଜନ୍, ରେଡିଏସନ୍ ଅଙ୍କୋଲୋଜି, ନ୍ୟୁକ୍ଲିୟର ମେଡିସିନ୍, ମେଡିକାଲ୍ ଅଙ୍କୋଲୋଜି, ପେଡିଆଟ୍ରିକ୍ ଅଙ୍କୋଲୋଜି, ଜେନେରାଲ୍ ସର୍ଜରୀ, ଅର୍ଥୋପେଡିକ୍ସ, ଅବଷ୍ଟ୍ରେଟ୍ରିକ୍ସ ଆଣ୍ଡ ଗାଏନାକୋଲୋଜି, ଇଏନ୍‌ଟି, ପାଥୋଲୋଜି ଆଣ୍ଡ ମାଇକ୍ରୋବାୟୋଲୋଜି ଭଳି ବିଭାଗ ରହିଛି। ଜନସାଧାରଣଙ୍କୁ ସର୍ବୋତ୍କୃଷ୍ଟ ଓ ଉତ୍ସର୍ଗୀକୃତ ସେବା ଯୋଗାଇବାରେ ସମ୍‌ର ଫୁଲନଖରା କ୍ୟାମ୍ପସ୍ ବେଶ୍ ସହାୟକ ହେବ ।

Leave A Reply

Your email address will not be published.