xmas

୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ଭୁବନେଶ୍ୱର: ଫେବ୍ରୁଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍‌ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ଦଳୀୟ କାର୍ଯ୍ୟକ୍ରମ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Leave A Reply

Your email address will not be published.