ଭାରତ ରତ୍ନ ପାଇବେ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଓ ଏମଏସ୍ ସ୍ୱାମୀନାଥନ

ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ଏମଏସ୍ ସ୍ୱାମୀନାଥନଙ୍କୁ ମିଳିବ ଭାରତ ରତ୍ନ। 

ନୂଆଦିଲ୍ଲୀ: ଭାରତ ରତ୍ନ ପାଇଁ ଆଉ ତିନି ଜଣଙ୍କ ନାମ ଘୋଷଣା କଲେ କେନ୍ଦ୍ର ସରକାର। ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ଏମଏସ୍ ସ୍ୱାମୀନାଥନଙ୍କୁ ମିଳିବ ଭାରତ ରତ୍ନ। 

ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ ଆଜି କେନ୍ଦ୍ର ସରକାର ଏହି ତିନି ଜଣ ମହାନ ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରିଛନ୍ତି। ପୂର୍ବରୁ ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜ ସେବୀ କର୍ପୂରୀ ଠାକୁର ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ନେଇ ଘୋଷଣା କରିଥିଲେ। 

Leave A Reply

Your email address will not be published.